ଅବ୍ୟବସ୍ଥା ଘେରରେ କପିଳାସ ପୀଠ

ଢେଙ୍କାନାଳ ଅଫିସ,୧୦ା୫: ଢେଙ୍କାନାଳ ଜିଲା ତଥା ରାଜ୍ୟର ପ୍ରସିଦ୍ଧ ଶୈବପୀଠ କପିଳାସରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦେବୋତ୍ତର ବିଭାଗ ପକ୍ଷରୁ ପୀଠକୁ ଯିବା ପାଇଁ ପାହାଚ ରାସ୍ତା ନିକଟରେ ଶ୍ରଦ୍ଧାଳୁମାନଙ୍କ ନିମନ୍ତେ ନିର୍ମିିତ ଶୌଚାଳୟ ବହୁଦିନ ଧରି ବ୍ୟବହାର ନ ହୋଇ ପଡିବା ପରେ ଚଳିତବର୍ଷ ଜଣେ ବ୍ୟକ୍ତିଙ୍କୁ ଏହା ନିଲାମ ପ୍ରଦାନ କରାଯାଇଥିଲା। ଫଳରେ ବର୍ତ୍ତମାନ ଉକ୍ତ ଶୌଚାଳୟଟି ଏକ ଲଜ୍‌ରେ ପରିଣତ ହୋଇଥିବା ଅଭିଯୋଗ ହୋଇଛି। ଶୌଚାଳୟର ପ୍ୟାନ ଓ ପାଣି ପାଇପ୍‌ ସିଷ୍ଟମକୁ ବନ୍ଦ କରି ଏହାକୁ ହୋଟେଲ ଭଳି ବ୍ୟବହାର କରାଯିବା ସହିତ ଏଠାରେ ଅନୈତିକ କାର୍ଯ୍ୟ ହେଉଥିବା ଅଭିଯୋଗ ହୋଇଛି। ସେହିପରି କପିଳାସ ଛକଠାରେ ଏକ ଫାଣ୍ଡି ଥିଲେ ମଧ୍ୟ ଏଥିପ୍ରତି କୌଣସି ଦୃଷ୍ଟି ପ୍ରଦାନ କରାଯାଉନାହିଁ। ଏହି ଘଟଣାର ବିଧିବଦ୍ଧ ତଦନ୍ତ ଦାବି କରିଛନ୍ତି ପୂର୍ବତନ ବିଧାୟକ ନବୀନ ନନ୍ଦ।
ପୂର୍ବତନ ବିଧାୟକ ନନ୍ଦ କହିଛନ୍ତି, ଠାକୁରଙ୍କ ପାଇଁ ଅର୍ଥର ଏତେ ଅଭାବ ପଡ଼ିଲା ଯେ ଶୌଚାଳୟକୁ ମଧ୍ୟ ନିଲାମ କରିବାକୁ ପଡୁଛି। ରାଜ୍ୟ ଏବଂ ଦେଶରେ ଥିବା ତୀର୍ଥସ୍ଥଳୀଗୁଡ଼ିକରେ କେଉଁଠି ହେଲେ ଶୌଚାଳୟକୁ ବ୍ୟବସାୟ ଭିତ୍ତିରେ ନିଲାମ ଦିଆଯାଇନାହିଁ। ଏଥିସହିତ ଶ୍ରଦ୍ଧାଳୁମାନଙ୍କ ପାଇଁ ଉଦ୍ଦିଷ୍ଟ ବିଶ୍ରାମାଗାରକୁ ମଧ୍ୟ ନିଲାମ ଦିଆଯାଇ ହୋଟେଲ କରି ବ୍ୟବହାର କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ପୀଠର ଉନ୍ନତୀକରଣ ପାଇଁ ବହୁ କୋଟି ଟଙ୍କା ଆସୁଥିବା ବେଳେ ଏହା ଶ୍ରଦ୍ଧାଳୁଙ୍କ କାମରେ ଆସୁନାହିଁ। ଗତ ଦୁଇବର୍ଷ ତଳେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ବ୍ୟୟରେ ଯାତ୍ରୀମାନଙ୍କ ବିଶ୍ରାମ ଓ ସୁବିଧା ପାଇଁ କପିଳାସ ପୀଠର ପାଦଦେଶରେ ଏକ ବିଶ୍ରାମ ଗୃହ ନିର୍ମିତ ହୋଇଥିଲା। କିନ୍ତୁ ଏହା ଯାତ୍ରୀଙ୍କ ସୁବିଧାରେ ନ ଲାଗି ସେଠାରେ ପୋଲିସ ଫାଣ୍ଡି ଖୋଲାଯାଇଛି। ଜିଲା ପ୍ରଶାସନ ଏ ସଂକ୍ରାନ୍ତରେ ବିଧିବଦ୍ଧ ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପୂର୍ବତନ ବିଧାୟକ ଓ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଜିଲା ଦେବୋତ୍ତର ଅଧିକାରୀ ତଥା ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ କହିଛନ୍ତି, ଅଭିଯୋଗ ସମ୍ପର୍କରେ ଖବର ମିଳିଛି। ବୁଧବାର ଅତିରିକ୍ତ ଦେବୋତ୍ତର ଅଧିକାରୀଙ୍କୁ ଘଟଣାସ୍ଥଳକୁ ପଠାଇ ସତ୍ୟାସତ୍ୟ ଜାଣିବା ପରେ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri