ଅବ୍ୟବସ୍ଥା ଘେରରେ କପିଳାସ ପୀଠ

ଢେଙ୍କାନାଳ ଅଫିସ,୧୦ା୫: ଢେଙ୍କାନାଳ ଜିଲା ତଥା ରାଜ୍ୟର ପ୍ରସିଦ୍ଧ ଶୈବପୀଠ କପିଳାସରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦେବୋତ୍ତର ବିଭାଗ ପକ୍ଷରୁ ପୀଠକୁ ଯିବା ପାଇଁ ପାହାଚ ରାସ୍ତା ନିକଟରେ ଶ୍ରଦ୍ଧାଳୁମାନଙ୍କ ନିମନ୍ତେ ନିର୍ମିିତ ଶୌଚାଳୟ ବହୁଦିନ ଧରି ବ୍ୟବହାର ନ ହୋଇ ପଡିବା ପରେ ଚଳିତବର୍ଷ ଜଣେ ବ୍ୟକ୍ତିଙ୍କୁ ଏହା ନିଲାମ ପ୍ରଦାନ କରାଯାଇଥିଲା। ଫଳରେ ବର୍ତ୍ତମାନ ଉକ୍ତ ଶୌଚାଳୟଟି ଏକ ଲଜ୍‌ରେ ପରିଣତ ହୋଇଥିବା ଅଭିଯୋଗ ହୋଇଛି। ଶୌଚାଳୟର ପ୍ୟାନ ଓ ପାଣି ପାଇପ୍‌ ସିଷ୍ଟମକୁ ବନ୍ଦ କରି ଏହାକୁ ହୋଟେଲ ଭଳି ବ୍ୟବହାର କରାଯିବା ସହିତ ଏଠାରେ ଅନୈତିକ କାର୍ଯ୍ୟ ହେଉଥିବା ଅଭିଯୋଗ ହୋଇଛି। ସେହିପରି କପିଳାସ ଛକଠାରେ ଏକ ଫାଣ୍ଡି ଥିଲେ ମଧ୍ୟ ଏଥିପ୍ରତି କୌଣସି ଦୃଷ୍ଟି ପ୍ରଦାନ କରାଯାଉନାହିଁ। ଏହି ଘଟଣାର ବିଧିବଦ୍ଧ ତଦନ୍ତ ଦାବି କରିଛନ୍ତି ପୂର୍ବତନ ବିଧାୟକ ନବୀନ ନନ୍ଦ।
ପୂର୍ବତନ ବିଧାୟକ ନନ୍ଦ କହିଛନ୍ତି, ଠାକୁରଙ୍କ ପାଇଁ ଅର୍ଥର ଏତେ ଅଭାବ ପଡ଼ିଲା ଯେ ଶୌଚାଳୟକୁ ମଧ୍ୟ ନିଲାମ କରିବାକୁ ପଡୁଛି। ରାଜ୍ୟ ଏବଂ ଦେଶରେ ଥିବା ତୀର୍ଥସ୍ଥଳୀଗୁଡ଼ିକରେ କେଉଁଠି ହେଲେ ଶୌଚାଳୟକୁ ବ୍ୟବସାୟ ଭିତ୍ତିରେ ନିଲାମ ଦିଆଯାଇନାହିଁ। ଏଥିସହିତ ଶ୍ରଦ୍ଧାଳୁମାନଙ୍କ ପାଇଁ ଉଦ୍ଦିଷ୍ଟ ବିଶ୍ରାମାଗାରକୁ ମଧ୍ୟ ନିଲାମ ଦିଆଯାଇ ହୋଟେଲ କରି ବ୍ୟବହାର କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ପୀଠର ଉନ୍ନତୀକରଣ ପାଇଁ ବହୁ କୋଟି ଟଙ୍କା ଆସୁଥିବା ବେଳେ ଏହା ଶ୍ରଦ୍ଧାଳୁଙ୍କ କାମରେ ଆସୁନାହିଁ। ଗତ ଦୁଇବର୍ଷ ତଳେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ବ୍ୟୟରେ ଯାତ୍ରୀମାନଙ୍କ ବିଶ୍ରାମ ଓ ସୁବିଧା ପାଇଁ କପିଳାସ ପୀଠର ପାଦଦେଶରେ ଏକ ବିଶ୍ରାମ ଗୃହ ନିର୍ମିତ ହୋଇଥିଲା। କିନ୍ତୁ ଏହା ଯାତ୍ରୀଙ୍କ ସୁବିଧାରେ ନ ଲାଗି ସେଠାରେ ପୋଲିସ ଫାଣ୍ଡି ଖୋଲାଯାଇଛି। ଜିଲା ପ୍ରଶାସନ ଏ ସଂକ୍ରାନ୍ତରେ ବିଧିବଦ୍ଧ ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପୂର୍ବତନ ବିଧାୟକ ଓ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଜିଲା ଦେବୋତ୍ତର ଅଧିକାରୀ ତଥା ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ କହିଛନ୍ତି, ଅଭିଯୋଗ ସମ୍ପର୍କରେ ଖବର ମିଳିଛି। ବୁଧବାର ଅତିରିକ୍ତ ଦେବୋତ୍ତର ଅଧିକାରୀଙ୍କୁ ଘଟଣାସ୍ଥଳକୁ ପଠାଇ ସତ୍ୟାସତ୍ୟ ଜାଣିବା ପରେ ପଦକ୍ଷେପ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri