ଦୀପରେ ଝଲସିଲା କପିଳାସ

ଢେଙ୍କାନାଳ ଅଫିସ,୨।୩ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରୀଚନ୍ଦ୍ରଶେଖର ମହାଦେବଙ୍କ ଜାଗରଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ଦୁଇବର୍ଷ ପରେ ମହାଶିବରାତ୍ରିରେ ଜିଲାବାସୀଙ୍କୁ ଠାକୁରଙ୍କ ଦର୍ଶନ କରିବାର ସୁଯୋଗ ମିଳିଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବ୍ୟାପକ ଉତ୍ସାହ ପରିଲକ୍ଷିତ ହୋଇଛି। କୋଭିଡ୍‌ କଟକଣା ମଧ୍ୟରେ ଆୟୋଜିତ ହେଉଥିବା ଜାଗରଯାତ୍ରାରେ ୩୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି।
ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ପ୍ରାତଃ ସମୟରୁ ଦ୍ୱାରଫିଟା ନୀତି ପରେ ଷୋଡ଼ଶ ଉପଚାର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଜିଲାବାସୀଙ୍କୁ ଜାଗର ଯାତ୍ରାରେ ସାମିଲ ହେବାକୁ ଅନୁମତି ଦିଆଯାଇଥିବାରୁ ସକାଳୁ ମହାଦେବଙ୍କ ଦର୍ଶନ କରିବାକୁ ଲମ୍ବା ଧାଡ଼ି ଲାଗିଥିଲା। ମାନସିକଧାରୀ ଶ୍ରଦ୍ଧାଳୁମାନେ ସନ୍ଧ୍ୟାରୁ ଜାଗର ଜାଳିଛନ୍ତି। ହରହର ମହାଦେବ, ହରିବୋଲ ଓ ହୁଳହୁଳିରେ କପିଳାସ ପୀଠ ଉତ୍ସବମୁଖର ହୋଇଉଠିଛି। ନିର୍ଦ୍ଧାରିତ ସମୟରେ ମହାରୁଦ୍ରାଭିଷେକ, ନାଗଭରଣ ବେଶ, ପଞ୍ଚବକ୍ର ପୂଜା ପରେ ପ୍ରାତଃ ୪ଟା ୨୦ରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବା କାର୍ଯ୍ୟକ୍ରମ ସ୍ଥିରୀକୃତ କରାଯାଇଛି। ପରମ୍ପରା ଅନୁଯାୟୀ ଯୁବରାଜ ଅମରଜ୍ୟୋତି ସିଂ ଦେଓ ପୀଠରେ ମହାଦେବ ଏବଂ ମା’ ପାର୍ବତୀଙ୍କ ପୂଜାର୍ଚ୍ଚନା କରିଥିଲେ। ସେହିପରି ବିଧାୟକ ସୁଧୀର କୁମାର ସାମଲଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶ୍ରୀଚନ୍ଦ୍ରଶେଖରଙ୍କ ଦର୍ଶନ କରିଥିଲେ। ଜାଗରଯାତ୍ରା ପାଇଁ ଉଭୟ ପାହାଚ ଏବଂ ବାରବାଙ୍କ ରାସ୍ତା ଲୋକାରଣ୍ୟ ହୋଇଉଠିଛି। ଜିଲାପାଳ ସରୋଜ କୁମାର ସେଠୀ, ଏସ୍‌ପି ଏଲ୍‌ ଦିବ୍ୟା ଭି., ଉପଜିଲାପାଳ ତଥା ଦେବୋତ୍ତର ଅଧିକାରୀ ଶାନ୍ତିଶୃଙ୍ଖଳାର ରକ୍ଷା କରୁଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୧୦ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

ଶୋଇଥିବାବେଳେ ମହିଳାଙ୍କୁ ଚୋଟ ମାରିଲା ସାପ, ଚାଲିଗଲା ଜୀବନ

କୂଆଁରମୁଣ୍ଡା,୩ା୯(ମହେନ୍ଦ୍ର କୁମାର ସାହୁ): ବିଷାକ୍ତ ସାପ କାମୁଡ଼ିବା ପରେ ପ୍ରଥମେ ଝଡ଼ା ଫୁଙ୍କା ଓ ପରେ ନକଲି ଡାକ୍ତରଙ୍କ ନିକଟକୁ ଯାଇ ପରିସ୍ଥିତି ସଙ୍କଟାପନ୍ନ ହେବାରୁ ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri