ପ୍ଲାଷ୍ଟିକ୍‌ ମୁକ୍ତ ହେବ କପିଳାସ

ଢେଙ୍କାନାଳ ଅଫିସ, ୨୨।୧୧: ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ତଥା ଇକୋ ସେନ୍‌ସିଟିଭ୍‌ ଜୋନ୍‌ରେ ଅନ୍ତର୍ଭୁକ୍ତ ହୋଇଥିବା କପିଳାସ ଶୈବପୀଠ ହେବ ପ୍ଲାଷ୍ଟିକ ମୁକ୍ତ। ସଫାସୁତରା ପରିବେଶରେ ପର୍ଯ୍ୟଟକ ଦିଅଁ ଦର୍ଶନ କରିପାରିବେ। ଏକ ସୁଖଦ ଅନୁଭୂତି ନେଇ ଫେରିବେ। ଏଭଳି ଏକ ମହତ୍‌ ଉଦ୍ଦେଶ୍ୟ ନେଇ ଆରମ୍ଭ ହୋଇଛି ‘ପ୍ଲାଷ୍ଟିକ୍‌ ଫ୍ରି ଅଭିଯାନ’। ଏଥିରେ ଯୋଡ଼ି ହୋଇଛନ୍ତି ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ, ସ୍ବେଚ୍ଛାସେବୀ ଅନୁଷ୍ଠାନ ଏବଂ ଯୁବପିଢ଼ି। ଏହି ଉପଲକ୍ଷେ ରବିବାର ଯୁବ ଅନୁଷ୍ଠାନ ହେଲ୍ପିଂ ହ୍ୟାଣ୍ଡ୍‌ ସୋସିଓ ସ୍ପେଶିଫିକ୍‌ ଏବଂ ଦେଓଗଁାସ୍ଥିତ ଶ୍ରୀଚନ୍ଦ୍ରଶେଖର ଜୀଉ ୟୁଥ୍‌ କ୍ଲବ ପକ୍ଷରୁ ପୀଠ ପରିସରରେ ‘ପ୍ଲାଷ୍ଟିକ୍‌ ଫ୍ରି ମିଶନ ଢେଙ୍କାନାଳ ଟୁରିଜିମ୍‌’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କପିଳାସ ଅଞ୍ଚଳର ୧୦୦ରୁ ଊର୍ଦ୍ଧ୍ୱ ସ୍ବେଚ୍ଛାସେବୀ ଯୋଗଦେଇ ଆବର୍ଜନା, ବୋତଲ ସଂଗ୍ରହ କରିବା ସହ ସଫେଇ କରିଥିଲେ।
ରାଜ୍ୟର ବିଖ୍ୟାତ ଶୈବପୀଠର ପରିବେଶକୁ ସଫାସୁତରା ରଖିବା ସମସ୍ତଙ୍କ ନୈତିକ ଦାୟିତ୍ୱ। ବ୍ୟବସାୟୀ, ପର୍ଯ୍ୟଟକ ଏବଂ ଶ୍ରଦ୍ଧାଳୁଙ୍କ ସହଯୋଗ ବିନା ଏହି ମହତ୍‌ ଲକ୍ଷ୍ୟ ପୂରଣ କରିବା ଅସମ୍ଭବ। ତେଣୁ ପୀଠକୁ ପଲିଥିନ ବାରଣ କରିବା ସହ ବ୍ୟବସାୟୀଙ୍କୁ ବ୍ୟବସାୟ ପାଇଁ ପଲିଥିନର ବିକଳ୍ପ ବ୍ୟବସ୍ଥା ଆପଣାଇବାକୁ ପଡ଼ିବ। ଏହାଦ୍ୱାରା କପିଳାସର ଶୋଭା ବଢ଼ିବ ବୋଲି ସଚେତନ କରାଯାଇଥିଲା। ସେହିପରି କପିଳାସକୁ ସ୍ବଚ୍ଛ ଏବଂ ପ୍ଲାଷ୍ଟିକ୍‌ ମୁକ୍ତ ରଖିବା ଦିଗରେ ଜିଲା ପ୍ରଶାସନ ସହଯୋଗରେ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅନୁଷ୍ଠାନର କର୍ମକର୍ତ୍ତମାନେ ମତବ୍ୟକ୍ତ କରିଥିଲେ। ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ସପ୍ତଶଯ୍ୟାରୁ ଏହି ଅଭିଯାନ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri