ଦବୁଛି କପିଳାସ ମନ୍ଦିର

ଢେଙ୍କାନାଳ ଅଫିସ, ୨୬।୮ – ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ ଉପରେ ବିପଦ ଘନେଇବାରେ ଲାଗିଛି। ପୀଠକୁ ଯିବାକୁ ଥିବା ୧୩୫୨ ପାହାଚ ରାସ୍ତା ପାର୍ଶ୍ୱକୁ ମନ୍ଦିର ଧୀରେ ଧୀରେ ଦବିବାରେ ଲାଗିଛି। ଏହାକୁ ଗୁରୁତ୍ୱର ସହ ବିଚାର ନ କଲେ ଆଗାମୀ ଦିନରେ ଏହି ପୀଠ ଭୟଙ୍କର ଭାବେ କ୍ଷତିଗ୍ରସ୍ତ ହେବ ବୋଲି ଆଶଙ୍କା ସୃଷ୍ଟି ହୋଇଛି। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ସମସ୍ୟା ସମ୍ପର୍କରେ ଅବଗତ କରାଯିବ। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ ୧ କୋଟି ଟଙ୍କାରେ ପୀଠର ଆନୁଷଙ୍ଗିକ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ବୋଲି ମଙ୍ଗଳବାର ଅନୁଷ୍ଠିତ କପିଳାସ ପୀଠ ଉନ୍ନତୀକରଣ ବୈଠକରେ ନିଷ୍ପତ୍ତି ହୋଇଛି।
ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଅନୁଷ୍ଠିତ ଦେବୋତ୍ତର ଉପଦେଷ୍ଟା କମିଟି ବୈଠକରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ବିଧାୟକ ସୁଧୀର କୁମାର ସାମଲଙ୍କ ଉପସ୍ଥିତିରେ କପିଳାସ ପୀଠର ଉନ୍ନତୀକରଣ ଲାଗି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ ୧କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କିତ ପ୍ରସ୍ତାବ ଗୃହୀତ ହୋଇଥିଲା। କପିଳାସ ମନ୍ଦିର ଦବୁଥିବାରୁ ଉପଦେଷ୍ଟା କମିଟି ସଦସ୍ୟ ଉଦ୍‌ବେଗ ପ୍ରକାଶ କରିଥିଲେ। ଦବୁଥିବା ସ୍ଥାନରେ କଂକ୍ରିଟ ୱାଲ ନିର୍ମାଣ ଲାଗି ଏଏସ୍‌ଆଇକୁ ଜଣାଯିବ ବୋଲି ବିଧାୟକ ସୂଚନା ଦେଇଛନ୍ତି। ମଞ୍ଜୁର ହୋଇଥିବା ଟଙ୍କାରେ ବାରବାଙ୍କ ଘାଟି ରାସ୍ତା ଆଲୋକୀକରଣ, ଅର୍ଦ୍ଧନିର୍ମିତ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ, ମନ୍ଦିର ନିକଟରେ ୨ଲକ୍ଷ ଲିଟର ବିଶିଷ୍ଟ ପାନୀୟ ଜଳ ସଂରକ୍ଷଣ ରିଜର୍ଭର, ପାହାଚ ରାସ୍ତା ସରିଥିବା ସ୍ଥାନ ନିକଟ ବାମପାର୍ଶ୍ୱରେ ଶ୍ରଦ୍ଧାଳୁଙ୍କ ଲାଗି ୨୦ଟି ଟଏଲେଟ୍‌ ନିର୍ମାଣ କରାଯିବ। ଏଥିସହ କପିଳାସ ଚିଡ଼ିଆଖାନା ନିକଟରେ ୩୦୦ ଜଣ ରହିବା ଭଳି ଏକ ଯାତ୍ରୀ ନିବାସ ହେବ। ୧୩୫୨ ପାହାଚର ଉଭୟ ପାର୍ଶ୍ୱରେ ସ୍ଥାୟୀ ରେଲିଂ ବ୍ୟବସ୍ଥା କରାଯିବ ବୋଲି ବୈଠକରେ ଆଲୋଚନା ହୋଇଛି। ଉନ୍ନତୀକରଣ ଲାଗି ଅଧିକ ଟଙ୍କା ଖର୍ଚ୍ଚ ହେବା ସମ୍ଭାବନା ରହିଛି। ଏହାକୁ ଦେବୋତ୍ତର ବିଭାଗ ପକ୍ଷରୁ ବହନ କରାଯିବ। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବା ଅନ୍ୟ ଏକ ବୈଠକରେ ଏଏସ୍‌ଆଇ ଅଧିକାରୀଙ୍କୁ ଯୋଗଦେବାକୁ ଅନୁରୋଧ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ମଙ୍ଗଳବାର ବୈଠକରେ ଏଏସ୍‌ଆଇ ଅଧିକାରୀଙ୍କୁ ଡକାଯାଇଥିଲେ ମଧ୍ୟ କେହି ଉପସ୍ଥିତ ନ ଥିଲେ। ଜିଲା ଦେବୋତ୍ତର ଅଧିକାରୀ ତଥା ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲା ବନଖଣ୍ଡ ଅଧିକାରୀ ପ୍ରକାଶଚାନ୍ଦ ଗୁଗିନାନି, ପିଡି ଡିଆରଡିଏ ନରୋତ୍ତମ ବେହେରା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ନିର୍ବାଚନ: ବଦଳିଲେ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ

ଭଦ୍ରକ,୨୯।୩(ସନାତନ ରାଉତ): ସାଧାରଣ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପଦରେ ବଦଳ କରାଯାଇଛି। ଭଦ୍ରକ ବ୍ଲକ ଅଧୀନ କୋରକୋରା ପଞ୍ଚାୟତ ନୂଆସାହିର...

ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri