ଦବୁଛି କପିଳାସ ମନ୍ଦିର

ଢେଙ୍କାନାଳ ଅଫିସ, ୨୬।୮ – ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିଥିବା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ ଉପରେ ବିପଦ ଘନେଇବାରେ ଲାଗିଛି। ପୀଠକୁ ଯିବାକୁ ଥିବା ୧୩୫୨ ପାହାଚ ରାସ୍ତା ପାର୍ଶ୍ୱକୁ ମନ୍ଦିର ଧୀରେ ଧୀରେ ଦବିବାରେ ଲାଗିଛି। ଏହାକୁ ଗୁରୁତ୍ୱର ସହ ବିଚାର ନ କଲେ ଆଗାମୀ ଦିନରେ ଏହି ପୀଠ ଭୟଙ୍କର ଭାବେ କ୍ଷତିଗ୍ରସ୍ତ ହେବ ବୋଲି ଆଶଙ୍କା ସୃଷ୍ଟି ହୋଇଛି। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ସମସ୍ୟା ସମ୍ପର୍କରେ ଅବଗତ କରାଯିବ। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ ୧ କୋଟି ଟଙ୍କାରେ ପୀଠର ଆନୁଷଙ୍ଗିକ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ବିତ କରାଯିବ ବୋଲି ମଙ୍ଗଳବାର ଅନୁଷ୍ଠିତ କପିଳାସ ପୀଠ ଉନ୍ନତୀକରଣ ବୈଠକରେ ନିଷ୍ପତ୍ତି ହୋଇଛି।
ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଅନୁଷ୍ଠିତ ଦେବୋତ୍ତର ଉପଦେଷ୍ଟା କମିଟି ବୈଠକରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲେ। ବିଧାୟକ ସୁଧୀର କୁମାର ସାମଲଙ୍କ ଉପସ୍ଥିତିରେ କପିଳାସ ପୀଠର ଉନ୍ନତୀକରଣ ଲାଗି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ ୧କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କିତ ପ୍ରସ୍ତାବ ଗୃହୀତ ହୋଇଥିଲା। କପିଳାସ ମନ୍ଦିର ଦବୁଥିବାରୁ ଉପଦେଷ୍ଟା କମିଟି ସଦସ୍ୟ ଉଦ୍‌ବେଗ ପ୍ରକାଶ କରିଥିଲେ। ଦବୁଥିବା ସ୍ଥାନରେ କଂକ୍ରିଟ ୱାଲ ନିର୍ମାଣ ଲାଗି ଏଏସ୍‌ଆଇକୁ ଜଣାଯିବ ବୋଲି ବିଧାୟକ ସୂଚନା ଦେଇଛନ୍ତି। ମଞ୍ଜୁର ହୋଇଥିବା ଟଙ୍କାରେ ବାରବାଙ୍କ ଘାଟି ରାସ୍ତା ଆଲୋକୀକରଣ, ଅର୍ଦ୍ଧନିର୍ମିତ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ, ମନ୍ଦିର ନିକଟରେ ୨ଲକ୍ଷ ଲିଟର ବିଶିଷ୍ଟ ପାନୀୟ ଜଳ ସଂରକ୍ଷଣ ରିଜର୍ଭର, ପାହାଚ ରାସ୍ତା ସରିଥିବା ସ୍ଥାନ ନିକଟ ବାମପାର୍ଶ୍ୱରେ ଶ୍ରଦ୍ଧାଳୁଙ୍କ ଲାଗି ୨୦ଟି ଟଏଲେଟ୍‌ ନିର୍ମାଣ କରାଯିବ। ଏଥିସହ କପିଳାସ ଚିଡ଼ିଆଖାନା ନିକଟରେ ୩୦୦ ଜଣ ରହିବା ଭଳି ଏକ ଯାତ୍ରୀ ନିବାସ ହେବ। ୧୩୫୨ ପାହାଚର ଉଭୟ ପାର୍ଶ୍ୱରେ ସ୍ଥାୟୀ ରେଲିଂ ବ୍ୟବସ୍ଥା କରାଯିବ ବୋଲି ବୈଠକରେ ଆଲୋଚନା ହୋଇଛି। ଉନ୍ନତୀକରଣ ଲାଗି ଅଧିକ ଟଙ୍କା ଖର୍ଚ୍ଚ ହେବା ସମ୍ଭାବନା ରହିଛି। ଏହାକୁ ଦେବୋତ୍ତର ବିଭାଗ ପକ୍ଷରୁ ବହନ କରାଯିବ। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବା ଅନ୍ୟ ଏକ ବୈଠକରେ ଏଏସ୍‌ଆଇ ଅଧିକାରୀଙ୍କୁ ଯୋଗଦେବାକୁ ଅନୁରୋଧ କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ମଙ୍ଗଳବାର ବୈଠକରେ ଏଏସ୍‌ଆଇ ଅଧିକାରୀଙ୍କୁ ଡକାଯାଇଥିଲେ ମଧ୍ୟ କେହି ଉପସ୍ଥିତ ନ ଥିଲେ। ଜିଲା ଦେବୋତ୍ତର ଅଧିକାରୀ ତଥା ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲା ବନଖଣ୍ଡ ଅଧିକାରୀ ପ୍ରକାଶଚାନ୍ଦ ଗୁଗିନାନି, ପିଡି ଡିଆରଡିଏ ନରୋତ୍ତମ ବେହେରା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?