କପିଳେନ୍ଦ୍ର ଦାସଙ୍କୁ ଭାରତ ରତ୍ନ ଗୌରବ ସମ୍ମାନ: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ନୂଆପଡ଼ା,୮ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଭେଳା ଗାଁର ଶିକ୍ଷାବିତ୍‌ ତଥା ଖଡିଆଳ ରାଜା ଏଟି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. କପିଳେନ୍ଦ୍ର ଦାସ ଶିକ୍ଷା, ଗବେଷଣା ଏବଂ ସାହିତ୍ୟ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ନ୍ୟାଶନାଲ ଏଜୁକେସନ ଫୋରମ କଲିକତା ପକ୍ଷରୁ ଭାରତ ରତ୍ନ ଗୌରବ ସମ୍ମାନ ପ୍ରଦାନ କରାଯାଇଛି। ଅବସର ପରେ ମଧ୍ୟ ସେ ଶିକ୍ଷାଗତ ଗବେଷଣା ଲେଖାଲେଖି ଏବଂ ସାହିତି୍ୟକ କାର୍ଯ୍ୟ ଜାରି ରଖିଛନ୍ତି। ତାଙ୍କର ଗବେଷଣା ପତ୍ର ଭାରତୀୟ ଶିକ୍ଷା ବ୍ୟବସ୍ଥାର ସଂସ୍କାର ପତ୍ରିକାରେ ପ୍ରକାଶିତ ହୋଇଛି। ପୂର୍ବରୁ ଡ. ଦାସ ଆଦର୍ଶ ବିଦ୍ୟାରତ୍ନ ସମ୍ମାନ, ବନ୍ଦେ ଭାରତ ନ୍ୟାଶନାଲ ଆୱାର୍ଡ଼, ସମ୍ବିଧାନ ରକ୍ଷକ ସମ୍ମାନ, ଇଣ୍ଡିଆନ ଲିଟେରଚର୍‌ ଆୱାର୍ଡ଼, ଶ୍ରେଷ୍ଠ ଲେଖକ ଆୱାର୍ଡ଼ ପାଇସାରିଛନ୍ତି। ଗୁଣାତ୍ମକ ଶିକ୍ଷାର ପ୍ରସାର, ଗବେଷଣାକୁ ଉତ୍ସାହିତ କରିବା ଏବଂ ଭବିଷ୍ୟତ ପିଢ଼ିକୁ ସତ୍ୟନିଷ୍ଠା ଓ ସମର୍ପଣ ସହ ଜ୍ଞାନ ଆହରଣ କରିବାକୁ ପ୍ରେରିତ କରିବା ତାଙ୍କର ଲକ୍ଷ୍ୟ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri