କପିଳେଶ୍ୱରଦେବଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ନିରାକାରପୁର,୧୬।୩(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତ ବିଜେଡିଆରେ ଅବସ୍ଥିତ ଶ୍ରୀ କପିଳେଶ୍ୱରଦେବଙ୍କ ଅଶୋକାଷ୍ଟମୀ ପବିତ୍ର ରଥଯାତ୍ରା ଉପଲକ୍ଷେ ପାରମ୍ପରିକ ରୀତିନୀତିରେ ଶନିବାର ରଥକାଠ ଅନୁକୂଳ କାର୍ଯ୍ୟ କରାଯାଇଛି। ଆସନ୍ତା ଏପ୍ରିଲ ୫ ତାରିଖ ଶନିବାର ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ଏହି ରଥଯାତ୍ରା ଅନୁଷ୍ଠିତ ହେବ। ତେଣୁ ରାମେଶ୍ୱର ପଞ୍ଚାୟତସ୍ଥିତ ମଧୁବନ ଗ୍ରାମର ବିଶ୍ୱକର୍ମାମାନେ ରଥଖଳାରେ ପହଞ୍ଚି ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ କରିଛନ୍ତି। ମୁଖ୍ୟ ବିଶ୍ୱକର୍ମା ଦ୍ୱିଜ ମହାରଣାଙ୍କ ନେତୃତ୍ୱରେ ୨୦ରୁ ଊର୍ଦ୍ଧ୍ୱ କାରିଗର ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।

ରଥକାଠ ଅନୁକୂଳ ଅବସରର ମନ୍ଦିରର ମୁଖ୍ୟ ପୂଜକ ଧ୍ରୁବ କିଶୋର ମହାପାତ୍ର ଶ୍ରୀଜୀଉଙ୍କଠାରୁ ଆଜ୍ଞାମାଳ ଆଣିବା ପରେ ରଥକାଠ ଅନୁକୂଳ କରାଯାଇଥିଲା। ରଥକାଠ ଅନୁକୂଳ ବେଳେ ହରିବୋଲ, ହୁଳହୁଳି ସହ ନାମ ସଂକୀର୍ତ୍ତନରେ ରଥଖଳାରେ ଏକ ଭାବପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲା। ମନ୍ଦିର ପରିଚାଳନା କମିଟି ସଭାପତି କିଶୋର କୁମାର ଦାଶ, ସଦସ୍ୟ ସାରଙ୍ଗଧର ମହାପାତ୍ରଙ୍କ ସମେତ ସମସ୍ତ ସେବକ, କାହାଳିଆ ସେବକ ଓ କ୍ରିୟାନୁଷ୍ଟାନ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri