କରୋନା କାଳରେ ଜୀବିକା ଦେଇଛି କରଡ଼ି

ଭବାନୀପାଟଣା,୯।୯(ଡି.ଏନ୍‌.ଏ.): କରଡ଼ି ବିଷୟରେ ସାଧାରଣତଃ ରାଜ୍ୟ ତଥା ଦେଶର ସବୁ ସ୍ଥାନରେ ଲୋକେ ଜାଣି ନଥାନ୍ତି। ଉତ୍ତର ପୂର୍ବାଞ୍ଚଳ ଭଳି ପଶ୍ଚିମ ଓଡ଼ିଶାର ଘରେ ଘରେ ପରିଚିତ ଏହି କରଡି। ଏବେ ଲକ୍‌ଡାଉନ୍‌ କାଳରେ ବନବାସୀଙ୍କ ଜୀବନ ଜୀବିକାର ରାହା ସାଜିଛି ଏହି ଜଙ୍ଗଲଜାତ ଦ୍ରବ୍ୟ। ଆଦିବାସୀ ଅଧ୍ୟୁଷିତ କଳାହାଣ୍ଡି ଜିଲା ଲେକେ ଏ ଦୁର୍ଦ୍ଦିନରେ କରଡି ବିକ୍ରି କରି ଅର୍ଥ ରେଜଗାର କରୁଥିବା ଦେଖିବାକୁ ମିଳିଛି। ଦିନ ଥିଲା କରଡିକୁ କେବଳ ଆଦିବାସୀମାନେ ନିଜର ଖାଦ୍ୟ ଭାବେ ବ୍ୟବହାର କରୁଥିଲେ। କରଡିକୁ କଞ୍ଚା ତରକାରି କରି ଖାଇବା ସହିତ ଶୁଖାଇ ଗୁଣ୍ଡ କରି ସାଇତି ରଖୁଥିଲେ। ଜୁଲାଇ ଆରମ୍ଭରୁ ବାଉଁଶ ଗଛ ମୂଳରେ ଗଜା ବାହାରେ। ଏହି ବାଉଁଶ ଗଜା ବା କରଡି ସଂଗ୍ରହ ପାଇଁ ଆଦିବାସୀ ମାନେ ତପତ୍ର ହୋଇ ଉଠନ୍ତି। ଆଦିବାସୀ ମହିଳାମାନେ ଜଙ୍ଗଲରେ ବୁଲି ବୁଲି ବାଉଁଶ ମୂଳରୁ ଗଜାକୁ ସଂଗ୍ରହ କରି ନିକଟସ୍ଥ ବଜାରରେ ବିକ୍ରି କରି ଭଲ ଦୁଇ ପାଇସା ରୋଜଗାର କରନ୍ତି। କରଡି ବର୍ଷକୁ ଥରେ ମିଳୁଥିବା ଯୋଗୁ ଏହାର ଚାହିଦା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri