ପ୍ରଶାସନର ଦୃଷ୍ଟି ଆଢୁଆଳରେ କରକ ଜଳପ୍ରପାତ

କୋକସରା, ୧୪।୧୨ (ଡି.ଏନ.ଏ) ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର କଳାହାଣ୍ଡି ଜିଲା। ସେଥି ମଧ୍ୟରୁ କୋକସରା ବ୍ଲକ ଆମପାଣି ପଞ୍ଚାୟତ ଆମପାଣି ସାହାଜଖୋଲ ଜଙ୍ଗଲ ପାଦଦେଶରେ ଥିବା ‘କରକ’ ଜଳପ୍ରପାତ ଅନ୍ୟତମ। ଶୀତ ଋତୁରେ ଏଠାରେ ବଣଭୋଜି କରିବା ପାଇଁ ଛୁଟି ଆସିଥାନ୍ତି ଜିଲା ତଥା ଜିଲା ବାହାରୁ ଶହ ଶହ ପର୍ଯ୍ୟଟକ। ହେଲେ ଏହାର ଉନ୍ନତି ଦିଗରେ ପ୍ରଶାସନର ଦୃଷ୍ଟି ପଡୁ ନ ଥିବା ଓ ପ୍ରଚାର ପ୍ରସାର ଅଭାବ ଯୋଗୁ ଲୋକଲୋଚନକୁ ଆସିପାରୁ ନାହିଁ ଏହି ‘କରକ’ ଜଳପ୍ରପାତ। ବ୍ଲକ ମୁଖ୍ୟ କାର୍ଯ୍ୟାଳୟଠାରୁ ଜାତୀୟ ରାଜପଥ ଦେଇ ୧୫ କି.ମି. ରାସ୍ତା ଗଲେ ପଡେ ଆମପାଣି। ସେଠାରୁ ଆଉ ୩ କି.ମି. ଅତିକ୍ରମ ପରେ ସାହାଜଖୋଲ ଜଙ୍ଗଲ ମଧ୍ୟରେ ଅବସ୍ଥିତ ଏହି ଜଳପ୍ରପାତ। ଝରଣାର କୁଳୁକୁଳୁ ଶବ୍ଦ ଓ ପକ୍ଷୀର କିଚିରି ମିଚିରି ସ୍ବର ପର୍ଯ୍ୟଟକଙ୍କୁ ବେଶ୍‌ ଆମୋଦିତ କରିଥାଏ। ଆଦିବାସୀ ଅଧ୍ୟୁଷିତ କୋକସରା ଇଲାକରେ ଲୁକ୍କାୟିତ ଭାବେ ରହିଥିବା ଏହି ମନୋରମ ସ୍ଥାନରେ ବଣଭୋଜି ଓ ପ୍ରକୃତି କୋଳରେ ଦିନଟିଏ ବିତାଇବା ପାଇଁ ପ୍ରକୃତିପ୍ରମୀଙ୍କୁ ଟାଣି ଆଣୁଛି। ଝରଣାର ଝର ଝର ଶବ୍ଦ ଓ ବଣଭୋଜି କରିବାର ମଜା ସହ ସେଲ୍ଫିର ମଜାରେ ବିଭୋର ହୋଇଥାନ୍ତି ପର୍ଯ୍ୟଟକ। ଏଠାକାର ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ଦିନକୁ ଦିନ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଏହି ସ୍ଥାନର ବିକାଶ ଦିଗରେ ସ୍ଥାନୀୟ ପ୍ରଶାସନ କିମ୍ବା ଜିଲା ପ୍ରଶାସନ ଦୃଷ୍ଟି ଦେଲେ ଲୋକ ଲୋଚନକୁ ଆସିବା ସହ ଆଗକୁ ହଜାର ହଜାର ପର୍ଯ୍ୟଟକଙ୍କ ସୁଅ ଛୁଟିବ ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ନିଜେ ବିଷ ପିଇଦେଲେ ସ୍ବାମୀ: ହସ୍ପିଟାଲ୍‌ରେ ବଖାଣିଲେ ସବୁ ସତ, ପୋଲିସ ଖୋଜୁଛି…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଏସ.କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ସ୍ତ୍ରୀଙ୍କୁ ହତ୍ୟା ପରେ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri