କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ: ଆକଳନ କରାଯାଇ ପାରୁନାହିଁ ମୃତକଙ୍କ ସଂଖ୍ୟା

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ ହୋଇ ନ ଥିବା ବେଳେ ସଂଖ୍ୟା ବଢ଼ୁଥିବା ଅନୁମାନ କରାଯାଉଛି। ଯାହାକି ଆକଳନ କରିବା କଷ୍ଟକର ହୋଇ ପଡ଼ୁଛି। ମୃତକଙ୍କ ସଂଖ୍ୟା ୫୦ରୁ ଊର୍ଦ୍ଧ୍ୱ ରହିଛି।

ଟ୍ରେନ ତଳେ ଅନେକ ଯାତ୍ରୀ ଚାପି ହୋଇ ରହିଥିବା ଜଣା ପଡ଼ିଛି। ଟ୍ରେନରେ ଫସିଥିବା ଯାତ୍ରୀଙ୍କ ଉଦ୍ଧାର ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଆରମ୍ଭ ହୋଇଛି । ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ, ରେଳ କର୍ମଚାରୀ, ଉଦ୍ଧାରକାରୀ ଟିମ୍‌ ଓ ଓଡ୍ରାଫ୍‌ ଟିମ୍‌ ନିୟୋଜିତ ହୋଇଛନ୍ତି । ସ୍ଥାନୀୟ ଲୋକେ ମଧ୍ୟ ଉଦ୍ଧାର କାର୍ଯ୍ୟରେ ନିଜକୁ ସାମିଲ୍‌ କରାଇଛନ୍ତି। ତେବେ ଅନ୍ଧାର ଯୋଗୁଁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଉଦ୍ଧାରକାର୍ଯ୍ୟ ପାଇଁ ଏନଡିଆରଏଫକୁ ଘଟଣାସ୍ଥଳକୁ ପଠାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri