‘ଷ୍ଟୁଡେଣ୍ଟ ଅଫ ଦ ଇୟର ୩’ରେ ଆଉ ଜଣେ ଷ୍ଟାର କିଡଙ୍କୁ ଲଞ୍ଚ କରିବେ କରଣ

ମୁମ୍ବାଇ: ବଲିଉଡର ଜଣାଶୁଣା ଫିଲ୍ମ ମେକର କରଣ ଜୋହର ତାଙ୍କର ହାଇସ୍କୁଲ କମେଡି ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ ଦ ଇୟର’ର ତୃତୀୟ ଭାଗ ଆଣିବାକୁ ଯାଉଛନ୍ତି। ପ୍ରଥମ ଭାଗରେ ସେ ଆଲିଆ ଭଟ୍ଟ, ବରୁଣ ଧଓ୍ବନ ଏବଂ ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ଲଞ୍ଚ କରିଥିଲେ। ପୁଣି ୭ ବର୍ଷ ପରେ ’ଷ୍ଟୁଡେଣ୍ଡ ଅଫ ଦ ଇୟର ୨’ରେ ସେ ଅନନ୍ୟା ପାଣ୍ଡେ ଏବଂ ତାରା ସୁତାରିୟାଙ୍କୁ ଏଣ୍ଟ୍ରି କରାଇଥିଲେ। ଏବେ ପୁଣି ୪ ବର୍ଷ ପରେ ନୂଆ ଟୁଇଷ୍ଟ ସହ ସଞ୍ଜୟ କପୁର ଓ ମହିପ କପୁରଙ୍କ ଝିଅ ଶନାୟା କପୁରଙ୍କୁ ଲଞ୍ଚ କରିବାକୁ ଯାଉଛନ୍ତି।

ମିଳିଥିବା ଏକ ରିପୋର୍ଟ ଅନୁଯାୟୀ, କରଣ ଜୋହର ଡିଜନି ପ୍ଲସ ହଟଷ୍ଟାର ସହ ମିଶି ‘ଷ୍ଟୁଡେଣ୍ଟ ଅଫ ଦ ଇୟର’କୁ ଏକ ଓ୍ବେବ ସିରିଜରେ ବଦଳାଇବାକୁ ଯାଉଛନ୍ତି। ଏମିତି ଶନାୟା କପୁର ସାଉଥ୍‌ ଆକ୍ଟର ମୋହନଲାଲଙ୍କ ପ୍ୟାନ ଇଣ୍ଡିଆ ଫିଲ୍ମ ‘ବୃଷଭ’ ମାଧ୍ୟମରେ ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ହେଲେ ‘ଷ୍ଟୁଡେଣ୍ଟ ଅଫ ଦ ଇୟର’ ସିରିଜ ମାଧ୍ୟମରେ ସେ ଓଟିଟି ଦୁନିଆରେ ପାଦ ରଖିବେ।
ମିଡିଆ ରିପୋର୍ଟ ଅନୁଯାୟୀ, ଏବେ ଓ୍ବେବ ସିରିଜର ସ୍କ୍ରିପ୍ଟ ଉପରେ କାମ ଚାଲିଛି। ସ୍କ୍ରିପ୍ଟ ସରିବା ପରେ ଚଳିତ ବର୍ଷ ହିଁ ଏହାର ପ୍ରଡକସନ ଉପରେ କାମ ଆରମ୍ଭ କରାଯିବ। ବର୍ଷର ଶେଷ ବେଳକୁ ଶୁଟିଂ ବି ଆରମ୍ଭ ହୋଇଯିବ। ସୂଚନାଯୋଗ୍ୟ, ଏବେ ପର୍ଯ୍ୟନ୍ତ ଓ୍ବେବ ସିରିଜର ଷ୍ଟୋରୀ ଲାଇନ ଓ କଳାକାରଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। କୁହାଯାଉଛି କି ଗୋଟିଏ ମାସ ମଧ୍ୟରେ ଓ୍ବେବ ସିରିଜର ଡାଇରେକ୍ଟରଙ୍କର ଚୟନ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?