କରନ୍‌ଙ୍କ ମୁହଁରୁ ପ୍ରଶଂସା ଶୁଣି ଡରିଲେଣି କଙ୍ଗନା

ବମ୍ବେ: ବଲିଉଡ ନିର୍ଦ୍ଦେଶକ କରନ୍‌ ଜୋହର ଏବଂ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ମଧ୍ୟରେ ତିକ୍ତତା କାହାକୁ ବା ଅଛପା। ଦୁହେଁ ପରସ୍ପର ଉପରକୁ କାଦୁଅ ଫୋପାଡ଼ିବାକୁ କୌଣସି ସୁଯୋଗ ଛାଡ଼ନ୍ତି ନାହିଁ। ହେଲେ ଏବେ ଓଲଟା ଦିଗରେ ପବନ ବୋହିବା ଭଳି ମନେ ହେଲାଣି। ନିକଟରେ ଏକ ସାକ୍ଷାତକାରରେ କରନ୍‌ ଏଭଳି କିଛି କହିଛନ୍ତି ଯାହାକୁ ନେଇ ଉଭୟଙ୍କ ମଧ୍ୟରେ ବନ୍ଧୁତା ସମ୍ଭବ ବୋଲି ଚର୍ଚ୍ଚା ଜୋର ଧରିଛି।

କରନ୍‌ ନିକଟରେ ଏକ ଗଣମାଧ୍ୟମକୁ ସାକ୍ଷାତକାର ଦେଇଥିଲେ। ଏଥିରେ ତାଙ୍କୁ ଆଗାମୀ ଦିନରେ କେଉଁ ରାଜନୈତିକ ଡ୍ରାମା ଚଳଚ୍ଚିତ୍ର ଦେଖିବାକୁ ଚାହିଁବେ ବୋଲି ପଚରାଯାଇଥିଲା। ଏହାର ଜବାବରେ କରନ୍‌ କଙ୍ଗନାଙ୍କ ଫିଲ୍ମ ‘ଏମରଜେନ୍ସିଂ’ର ନାଁ ନେଇଥିଲେ। କରନଙ୍କ ଏହି ବୟାନ ଏବେ ଭାଇରାଲ ହେଉଛି।

କଙ୍ଗନା ନିଜେ ଏହାର ଭିଡିଓ ଦେଖି ନିଜର ପ୍ରତିକ୍ରିୟା ମଧ୍ୟ ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଶେଷ ଥର କରନ ମଣିକର୍ଣ୍ଣିକା ଦେଖିବାକୁ ଇଚ୍ଛୁକ ଥିବା କହିଥିଲେ। ଏହି ଫିଲ୍ମ ରିଲିଜ ହେବା ପରେ ମୁଁ ବହୁତ ଅସୁବିଧାରେ ପଡ଼ିଥିଲି। ଏବେ ପୁଣି ସେ ‘ଏମରଜେନ୍ସିଂ’ ଦେଖିବାକୁ ଇଚ୍ଛା ପ୍ରକାଶ କଲେଣି। ଏଣୁ ଡର ଲାଗିଲାଣି ବୋଲି କଙ୍ଗନା କହିଛନ୍ତି।

କହିରଖୁଛୁ,୧୯୮୩ରେ ଇନ୍ଦିରା ଗାନ୍ଧୀ ସରକାରଙ୍କ ସମୟରେ ଲାଗୁ ହୋଇଥିବା ‘ଏମରଜେନ୍ସିଂ ଉପରେ ଫିଲ୍ମଟି ନିର୍ମାଣ ହୋଇଛି। ଏହା ୨୦୨୩ ନଭେମ୍ବର ୨୪ରେ ରିଲିଜ ହେବ। ଅଭିନେତ୍ରୀଙ୍କ ଘରୋଇ ପ୍ରଯୋଜନା ସଂସ୍ଥା ଅଧୀନରେ ଏହା ନିର୍ମାଣ ହେଉଛି। ଫିଲ୍ମରେ ତାଙ୍କ ସହ ଭୂମିକା ଚାଓ୍ବଲ, ସତୀଶ କୌଶିକ, ମିଲିନ୍ଦ ସୋମେନ, ମହିମା ଚୌଧୁରୀ, ଶ୍ରେୟାସ ତଲପଡେ ପ୍ରମୁଖ ମୁଖ୍ୟ ଭୂମିକାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?