ରାଗିଲେ କରନ୍‌ ଜୋହର

ମୁମ୍ବାଇ: ଫିଲ୍ମ ନିର୍ମାତା କରନ୍‌ ଜୋହରଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ସେ ବଲିଉଡ୍‌କୁ ଅନେକ ସୁପରହିଟ୍‌ ଚଳଚ୍ଚିତ୍ର ଦେଇଛନ୍ତି। ଏଥିସହ ବିଭିନ୍ନ ପ୍ରସଙ୍ଗରେ ସେ ବିନ୍ଦାସ ଅନ୍ଦାଜରେ ନିଜ ମତ ରଖିବା ପାଇଁ ମଧ୍ୟ ବେଶ୍‌ ଜଣାଶୁଣା। ସମ୍ପ୍ରତି ଏହି ଫିଲ୍ମ ନିର୍ମାତା ନିଜ ଇନ୍‌ଷ୍ଟାଗ୍ରାମ ଷ୍ଟୋରି ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏକ ଟିଭି ଶୋ’ରେ ଜଣେ ହାସ୍ୟ ଅଭିନେତାଙ୍କ ଦ୍ୱାରା କରାଯାଇଥିବା ତାଙ୍କର ‘ଖରାପ ମିମିକ୍ରି’କୁ କରନ୍‌ ନାପସନ୍ଦ କରିଛନ୍ତି। ଏ ସମ୍ପର୍କରେ ସେ ନିଜ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଷ୍ଟୋରି ଶେୟାର କରି ଅସନ୍ତୋଷ ବ୍ୟକ୍ତ କରିଛନ୍ତି।
ପ୍ରୋଗ୍ରାମରେ ତାଙ୍କର କରାଯାଇଥିବା ମିମିକ୍ରିକୁ କରନ ନିଜ ଇନ୍‌ଷ୍ଟାଗ୍ରାମ ଷ୍ଟୋରିରେ ଶେୟାର କରିଛନ୍ତି। ଜଣେ ଫିଲ୍ମ ଇଣ୍ଡଷ୍ଟ୍ରିର ବ୍ୟକ୍ତି ବିଶେଷଙ୍କ ଦ୍ୱାରା କରାଯାଇଥିବା ଏହି ମିମିକ୍ରି ତାଙ୍କୁ ଆଘାତ ଦେଇଥିବା ସେ ନିଜ ଷ୍ଟୋରିରେ ଦର୍ଶାଇଛନ୍ତି। କରନ୍‌ ତାଙ୍କ ମା’ଙ୍କ ସହ ଏକ ପ୍ରତିଷ୍ଠିତ ଚ୍ୟାନେଲରେ ପ୍ରସାରିତ ହେଉଥିବା ଏକ ରିୟଲିଟି କମେଡି ଶୋ’ ଦେଖୁଥିଲେ। ଏହି ପ୍ରୋଗ୍ରାମରେ ହାସ୍ୟ ଅଭିନେତା ଜଣକ ତାଙ୍କୁ ଇଙ୍ଗିତ କରି ବ୍ୟଙ୍ଗାତ୍ମକ ମିମିକ୍ରି କରିଥିଲେ। ଏହା ତାଙ୍କୁ ଓ ତାଙ୍କ ମା’ଙ୍କୁ ବହୁମାତ୍ରାରେ ଆଘାତ ଦେଇଥିବା କରନ ଦର୍ଶାଇଛନ୍ତି। ତେବେ ତାଙ୍କ ମିମିକ୍ରି କରିଥିବା ହାସ୍ୟ ଅଭିନେତାଙ୍କ ନାମ କରନ୍‌ ନେଇନାହାନ୍ତି। ତାଙ୍କର ଏହି ଷ୍ଟୋରିକୁ ଅନ୍ୟତମ ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ଏକତା କପୁର ସମର୍ଥନ କରିଛନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଷ୍ଟୋରି ଦେଇ ଲେଖିଛନ୍ତି, ଏବେ ଏହିପରି କିଛି କଣ୍ଟେଣ୍ଟ ପାଇଁ ବିଭିନ୍ନ ହାସ୍ୟ କାର୍ଯ୍ୟକ୍ରମର ସ୍ତର ନିମ୍ନଗାମୀ ହେବାରେ ଲାଗିଛି। ଏକତାଙ୍କ ଏହି ଷ୍ଟୋରିକୁ କରନ୍‌ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ବିଜୟଙ୍କୁ ନେଇ ବଡ଼ ବୟାନ ଦେଲା କଂଗ୍ରେସ, ଜାତୀୟ ରାଜନୀତିରେ ହଇଚଇ

ଚେନ୍ନାଇ,୮।୫: ଶୁକ୍ରବାର ତାମିଲନାଡୁର ରାଜନୈତିକ ଘଟଣାକ୍ରମ ସମ୍ପର୍କରେ କଂଗ୍ରେସ ଦଳକୁ କଟାକ୍ଷ କରି ଭାରତୀୟ ଜନତା ପାର୍ଟି (ଭାଜପା)ର ସାଧାରଣ ସମ୍ପାଦକ (ସଂଗଠନ) ବି.ଏଲ. ସନ୍ତୋଷ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri