କରଙ୍ଗାସାଗର ଜଙ୍ଗଲରେ ପଶିବାକୁ ମନା

ତରବୋଡ/ନୂଆପଡ଼ା ଅଫିସ,୧୪।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ନିକଟସ୍ଥ କରଙ୍ଗାସାଗର ଜଙ୍ଗଲରେ ୨ଟି କଲରାପତରିଆ ବାଘ ଦେଖିବାକୁ ମିଳିଛି। ଗତ ସପ୍ତାହରେ କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଥିଲା। ଗୁରୁବାର ସକାଳେ ବାଗମୁଣ୍ଡା ଗାଁର ମହେନ୍ଦ୍ର ମଟାରୀ ଜମିକୁ ଚଣା ଓ ପନିପରିବା ଚାଷ ଜଗିବା ପାଇଁ ଯାଇଥିଲେ। ସେହି ସମୟରେ ସେ ୨ଟି କଲରାପତରିଆ ବାଘକୁ ଦେଖି ଲୋକଙ୍କୁ ଫୋନ କରି ଜଣାଇଥିଲେ। ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ବାଘକୁ ଦେଖି କୋମନା ବନ ବିଭାଗକୁ ଖବର ଦେଇଥିଲେ। କୋମନା ବନ ବିଭାଗ ରେଞ୍ଜର ଜଗଦୀଶ ଦୁରିଆଙ୍କ ସହ ବନ କର୍ମଚାରୀ ବାଗମୁଣ୍ଡା ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଏପରି କି ବାଗମୁଣ୍ଡା, କରଙ୍ଗାଭଟା, ଭାଲୁକୋନା, ସିଆଲଟି, ଦିଆମୁଣ୍ଡା ଗ୍ରାମବାସୀଙ୍କୁ ସଚେତନ ରହିବାକୁ ପରାମର୍ଷ ଦେଇଥିଲେ। ଏପରି କି ଡାକବାଜି ଯନ୍ତ୍ର ଯୋଗେ ଲୋକଙ୍କୁ ସନ୍ଧ୍ୟା ହେଲେ ଘରୁ ନ ବାହାରିବାକୁ କୁହାଯାଇଛି। ବାଘଟି ସୁନାବେଡା ଅଭୟାରଣ୍ୟ ଗୋଡାପାହାଡ କାକେରମେଞ୍ଜ ଘାଟି ଦେଇ ବାଗମୁଣ୍ଡା ଗାଁକୁ ପ୍ରବେଶ କରିଥିବା ଅନୁମାନ କରାଯାଉଛି। ଜନସାଧାରଣ ଭୟଭିତ ନ ହୋଇ ସତର୍କ ରୁହନ୍ତୁ ବୋଲି କୋମନା ବନାଞ୍ଚଳ ରେଞ୍ଜର ଦୁରିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri