ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି କିଛି ଦିନ ପୂର୍ବେ ଫିଲ୍ମ ‘ହୋମବାଉଣ୍ଡ’ ୨୦୨୬ ଓସ୍କାର ଲାଗି ଶର୍ଟଲିଷ୍ଟ ହୋଇଥିବା କୁହାଯାଇଥିଲା। ଏହାକୁ ନେଇ ପୁରା ଟିମ ବହୁତ ଉତ୍ସାହିତ ଥିଲା। କିନ୍ତୁ ଫିଲ୍ମଟି ବଡ଼ ବିବାଦରେ ଫସିଛି। ଏହାର କାହାଣୀ ୨୦୨୧ରେ ପ୍ରକାଶିତ ସମାନ ନାମର ବହିରୁ ନକଲ କରାଯାଇଥିବା ସାମ୍ବାଦିକା ତଥା ଲେଖିକା ପୂଜା ଚଙ୍ଗୋଇଓ୍ବାଲା ଅଭିଯୋଗ ଆଣିଛନ୍ତି। ପୂଜାଙ୍କ ଦାବି ମୁତାବକ, ନିର୍ମାତାମାନେ କେବଳ ବହିର ଟାଇଟଲ ନୁହେଁ, ଡାଏଲଗ, ସିନ, ଇଭେଣ୍ଟ ସିକ୍ୱେନ୍ସ ଏବଂ ନାରେଟିଭ ଷ୍ଟ୍ରକ୍ଚର୍‌ ମଧ୍ୟ ଅନେକାଂଶରେ କପି କରିଛନ୍ତି। ୧୫ ଅକ୍ଟୋବରରେ ତାଙ୍କ ଓକିଲ ଧର୍ମା ପ୍ରଡକ୍ସନ୍ସକୁ ଏକ ଲିଗାଲ ନୋଟିସ ପଠାଇଥିଲେ। ସେଥିରେ ତାଙ୍କର ଅଧିକାର ଉଲ୍ଲଂଘନ ଓ ଫିଲ୍ମର ବ୍ୟବହାର ବନ୍ଦ କରିବାକୁ ଦାବି କରାଯାଇଥିଲା। କିନ୍ତୁ ନିର୍ମାତାମାନେ ଏହାକୁ ସ୍ବୀକାର କରିବାକୁ ମନା କରିଦେଇଛନ୍ତି ଏବଂ ଫିଲ୍ମ ଷ୍ଟ୍ରିମିଂ ଜାରି ରହିଛି। ଏବେ ଉଭୟ କମ୍ପାନୀ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସେ କମର୍ସିଆଲ କୋର୍ଟ ଆକ୍ଟ, ୨୦୧୫ର ଧାରା ୧୨ଏ ଅନୁସାରେ ମହାରାଷ୍ଟ୍ର ରାଜ୍ୟ ବିଧିକ ସେବା ପ୍ରାଧିକରଣରେ ଏକ ଆବେଦନ ଦାଖଲ କରିଛନ୍ତି। ଏହି ପ୍ରକ୍ରିୟା ବମ୍ବେ ହାଇକୋର୍ଟରେ ମାମଲା ଦାଖଲ କରିବା ପୂର୍ବରୁ ଆବଶ୍ୟକ। ବଡ଼ ସଂସ୍ଥାକୁ ଚ୍ୟାଲେଞ୍ଜ କରୁଥିଲେ ହେଁ ଲେଖକମାନଙ୍କ କାମର ସୁରକ୍ଷା ଲାଗି ଏହା ଆବଶ୍ୟକ ବୋଲି ସେ କହିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?