ବିପାଶାଙ୍କୁ ଶକ୍ତ ଚାପୁଡା ମାରିଥିଲେ କରୀନା

ବଲିଉଡ ଅଭିନେତ୍ରୀ ବିପାଶା ବସୁ ଆଜି ୪୩ ବର୍ଷରେ ପଦାର୍ପଣ କରିଛନ୍ତି। ବିପାଶା କେବଳ ଅଭିନୟ ନୁହେଁ, ତାଙ୍କ ଫିଟନେସକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥା’ନ୍ତ। ଯଦିଓ ବିପାଶା କିଛି ଦିନ ହେବ ଫିଲ୍ମଠାରୁ ଦୂରରେ ଥିଲେ ମଧ୍ୟ ସେ ନିଜର ଚିତ୍ର ଏବଂ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରିଥା’ନ୍ତି। ସମସ୍ତଙ୍କୁ ଜାଣନ୍ତି ବିପାଶା ବଲିଉଡ ଇଣ୍ଡଷ୍ଟ୍ରିରେ ଡେବ୍ୟୁ କରିଥିଲେ, ସେତେବେଳେ ତାଙ୍କର ରଙ୍ଗ ଶ୍ୟାମଳ ଥିଲା, କିନ୍ତୁ ଏହା ସତ୍ତ୍ୱେ ସେ ନିଜର ପରିଚୟ ସୃଷ୍ଟି କରିଥିଲେ। ସେ ଅନେକ ଥର ତାଙ୍କ ରଙ୍ଗ ହେତୁ ତାଙ୍କୁ ବହୁତ କଥା ଶୁଣିବାକୁ ପଡୁଥିଲା। ବଲିଉଡରେ ଅନେକ ଥର ଅଭିନେତ୍ରୀମାନଙ୍କ ମଧ୍ୟରେ ଝଗଡାର କାହାଣୀ ଶୁଣାଯାଏ। ଏମିତି ଝଗଡା ବିପାଶା ଏବଂ କରୀନାଙ୍କ ମଧ୍ୟରେ ଲାଗିଥିଲା। ଫିଲ୍ମ ‘ଅଜନବି’ର ଶୁଟିଂ ସମୟରେ ଏହି ଘଟଣା ଘଟିଥିଲେ। ଶୁଟିଂ ସେଟରେ କରୀନା ଏବଂ ବିପାଶାଙ୍କ ମଧ୍ୟରେ ଜୋରଦାର ଝଗଡା ହୋଇଥିଲା। ଡ୍ରେସକୁ ନେଇ ଉଭୟଙ୍କ ମଧ୍ୟରେ କଥାକଟାକଟି ହୋଇଥିଲା। ଏପରିକି କରୀନା ରାଗିଯାଇ ବିପାଶାଙ୍କୁ ଚାପୁଡ଼ା ମାରିଥିଲେ। ଏହା ସହିତ, ତାଙ୍କ ଶରୀର ରଙ୍ଗକୁ ନେଇ ତାଙ୍କୁ କଳା ବିଲେଇ ବୋଲି ମଧ୍ୟ ଡାକି ଥିଲେ।ଏହି ଘଟଣା ପରେ ଉଭୟ ଆଉ କଥା ହୋଇ ନ ଥିଲେ।
ବିପାଶା ବସୁ ୭ ଜାନୁଆରୀ ୧୯୭୮ରେ ନୂଆଦିଲ୍ଲୀରେ ଏକ ହିନ୍ଦୁ ବଙ୍ଗଳା ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ଏକ ବଡ ଭଉଣୀ ବିଦିଶା ଏବଂ ସାନ ଭଉଣୀ ବିଜେତା ଅଛନ୍ତି। ବିପାଶା ଅଭିନେତା କରଣ ସିଂ ଗ୍ରୋଭରଙ୍କୁ ବିବାହ କରିଛନ୍ତି । ବିପାଶା ‘ଅଜନବି’ଫିଲ୍ମରୁ ବଲିଉଡରେ କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri