ସୁଇଜରଲାଣ୍ଡରେ ଛୁଟି କଟାଉଛନ୍ତି କରିନା

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାନ୍‌ ତାଙ୍କ ପସନ୍ଦର ସ୍ଥାନ ସୁଇଜରଲାଣ୍ଡରେ ବର୍ତ୍ତମାନ ଛୁଟି କଟାଉଛନ୍ତି। ଗତବର୍ଷ ସେ ତାଙ୍କ ସ୍ବାମୀ ଓ ପିଲାଙ୍କ ସହିତ ଏଠାରେ ଛୁଟି କଟାଇଥିଲେ। ତେବେ ଏଥର ସେ ତାଙ୍କ ସାଙ୍ଗ ନତାସା ପୁନାୱାଲାଙ୍କ ସାଥିରେ ଛୁଟି କଟାଉଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ କିଛି ଫଟୋ ପୋଷ୍ଟ କରିଛନ୍ତି। ଫଟୋରେ କରିନା ବରଫାବୃତ୍ତ ପାହାଡ଼ରେ ଠିଆ ହୋଇଥିବା ଦେଖିବାକୁ ମିଳିଛନ୍ତି। ସେ ଧଳା ରଙ୍ଗର ଏକ ଜ୍ୟାକେଟ୍‌ ଏବଂ କଳା ପ୍ୟାଣ୍ଟ, ଜୋତା ସହ ଆଖିରେ ଚଷମା ପିନ୍ଧିଛନ୍ତି। ନତାସା ମଧ୍ୟ ଉଲ୍‌ର ପୋଷାକ ସହ ଜୋତା ପିନ୍ଧିଛନ୍ତି। ତେବେ କରିନା ୨୦୧୨ରେ ବିବାହ ପରଠାରୁ ପ୍ରତିବର୍ଷ ସ୍ବାମୀ ସୈଫ ଅଲ୍ଲି ଖାନ୍‌ଙ୍କ ସହ ସୁଇଜରଲାଣ୍ଡ ଏବଂ ଲଣ୍ଡନରେ ଛୁଟି କଟାଇଥାନ୍ତି। କରିନା ୨୦୦୦ରେ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ସେବେଠାରୁ ସେ ଦର୍ଶକଙ୍କୁ ଅନେକ ହିଟ୍‌ ଫିଲ୍ମ ଦେଇ ସମସ୍ତଙ୍କ ପ୍ରିୟ ହୋଇପାରିଛନ୍ତି। ଶେଷଥର ପାଇଁ ତାଙ୍କୁ ‘ଦି ବୁକଇନଘାମ୍‌ ମଡର୍ସ’ରେ ଦେଖିବାକୁ ମିଳିଥିଲା। ଆଗକୁ ତାଙ୍କ ପାଖରେ ୨ଟି ମୁଭି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri