ଚୌଦ୍ୱାରରେ କାର୍‌ଗିଲ ବିଜୟ ଦିବସ ପାଳିିତ

ଚୌଦ୍ୱାର,୨୭।୭(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ଉଦ୍ଧାର ଫାଉଣ୍ଡେଶନ ପକ୍ଷରୁ କାର୍‌ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି । ଏହି କାର୍‌ଗିଲ ବିଜୟ ଦିବସରେ ସଂଗଠନର କର୍ମକର୍ତ୍ତା କାର୍‌ଗିଲ ଯୁଦ୍ଧରେ ସହିଦ ହୋଇଥିବା ଚୌଦ୍ୱାରର ବରପୁତ୍ର ଅମର ସ୍ବର୍ଗତ ରାଜକିଶୋର ସାହୁଙ୍କ ନୂଆସାହି ସ୍ଥିତ ପ୍ରତିମୂର୍ତ୍ତିକୁ ସଫେଇ କରି ଧୂପ, ଦୀପ, ଏବଂ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି ଦେଇଥିଲେ ଓ ବୀର ଯବାନ ରାଜକିଶୋର ସାହୁଙ୍କ ପାଇଁ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସଂଗଠନର ଉପଦେଷ୍ଟା କିରଣବାଳା ନାୟକ, ସଭାପତି ନରୋତ୍ତମ ଦାସ, ଉପସଭାପତି ଦିଲ୍ଲୀପ କୁମାର ସାହୁ, କୋଷାଧ୍ୟକ୍ଷ ସଞ୍ଜୟ ମିଶ୍ର, ସହ-ସମ୍ପାଦକ କାହ୍ନୁଚରଣ ସେଠୀ, କାର୍ଯ୍ୟକାରୀ ସଦସ୍ୟ କେଦାରନାଥ ବେହେରା, ଆଶିଷ କୁମାର ସାମନ୍ତରାୟଙ୍କ ସହ ଚୌଦ୍ୱାର ଦମକଳ ବିଭାଗର କର୍ମଚାରୀମାନେ ଆସି ଅମର ରାଜକିଶୋର ସାହୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ପୁର୍ବକ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri