Posted inଖେଳ

କରିମ୍‌ ସ୍ପୋର୍ଟିଂ ନାଗପୁର ସେମିରେ

ସୋନପୁର,୨୪।୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଗାନ୍ଧୀ ପଡିଆରେ ଜିଲା କ୍ରିକେଟ ସଂଘ ଆନୁକୂଲ୍ୟରେ ଚାଲିଥିବା ୩୫ତମ ସର୍ବଭାରତୀୟ ଲାଲମନି କ୍ରିକେଟ ଟୁର୍ନାମେଣ୍ଟର ତୃତୀୟ ଦିବସରେ ନାଗପୁରର କରିମ୍‌ ସ୍ପୋର୍ଟିଂ ଆୟୋଜକ ସୁବର୍ଣ୍ଣପୁର ଜିଲା କ୍ରିକେଟ ସଂଘ ଟିମ୍‌କୁ ପରାସ୍ତ କରି ସେମିରେ ପ୍ରବେଶ କରିଛି। ନାଗପୁର ଦଳ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ହରାଇ ୧୩୫ ରନ କରିଥିଲା। ଦଳ ପକ୍ଷରୁ ଆଶୁତୋଷ ସିଂହ ସର୍ବାଧିକ ୫୧ ରନ କରିଥିଲେ। ସୁବର୍ଣ୍ଣପୁର ପକ୍ଷରୁ ସୁମନ ମହାରଣା ଓ କେ. ଜି. କ୍ରିଷ୍ଣା ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ସୁବର୍ଣ୍ଣପୁର ୯ ଉଇକେଟ ହରାଇ ୧୧୧ ରନରେ ସୀମିତ ରହି ଯାଇଥିଲା। ଦଳ ପକ୍ଷରୁ ସୁରଜ ମହାପାତ୍ର ୩୭ ରନ କରିଥିଲେ। ନାଗପୁର ପକ୍ଷରୁ ଶିବମ ଯାଦବ ୩, ଆଶୁତୋଷ ସିଂ ଓ ପବନ ଯାଦବ ୨ଟି ଲେଖାଏ ଉଇକେଟ ନେଇଥିଲେ। ପରେ ଅନୁଷ୍ଠିତ ଟି୧୦ ମ୍ୟାଚ୍‌ରେ ନାଗପୁର ଦଳ ଆଶିଷ ଯାଦବଙ୍କ ୪୫ ରନ ସହାୟତାରେ ୫ ଉଇକେଟ ହରାଇ ୧୦୦ ରନ ସଂଗ୍ରହ କରିଥିଲା। ସୁବର୍ଣ୍ଣପୁର ପକ୍ଷରୁ ପୁରୁଷୋତ୍ତମ ପାତ୍ର ୨ଟି ଉଇକେଟ୍‌ ନେଇଥିଲେ। ଜବାବରେ ସୁବର୍ଣ୍ଣପୁର ଅଭିଳାଷ ନାୟକଙ୍କ ୪୨ ରନ ସତ୍ତ୍ୱେ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ବିନିମୟରେ ୯୩ରନ କରିପାରିଥିଲା। ନାଗପୁର ପକ୍ଷରୁ ଆଶୁତୋଷ ସିଂ ଓ ଶିବମ ଯାଦବ ୨ଟି ଲେଖାଏ ଉଇକେଟ ନେଇଥିଲେ। ସୋନପୁର ଟାଉନ ଥାନା ଆଇଆଇସି ପଦ୍ମାସିନୀ ମେହେର ଓ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ଶାଖା ପରିଚାଳକ ରୂପେଶ ସାହୁ ଅତିଥି ଭାବରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri