ରାଗିଗଲେ କରିସ୍ମା

୯୦ର ସୁନପହିଟ ଅଭିନେତ୍ରୀ କରିସ୍ମା କପୁର ୧୨ ବର୍ଷ ପରେ ଫିଲ୍ମ ‘ମର୍ଡର ମୁବାରକ’ ଜରିଆରେ ବଲିଉଡ୍‌କୁ କମ୍‌ବ୍ୟାକ୍‌ କରୁଛନ୍ତି। ଏହି ଫିଲ୍ମ ୨୦୨୪ରେ ଓଟିଟି ପ୍ଲାଟଫର୍ମରେ ମୁକ୍ତିଲାଭ କରିବ। କରିସ୍ମା ଅଭିନୟ ଦୁନିଆରେ ପୁଣି ନିଜର ଜଲଓ୍ବା ଦେଖାଇବାକୁ ପ୍ରସ୍ତୁତ ହେଉଛନ୍ତି। ଏହି ସମୟରେ କମ୍‌ବ୍ୟାକ୍‌ ଶବ୍ଦ ଶୁଣି କରିସ୍ମା ରାଗିଯାଇଛନ୍ତି। କରିସ୍ମା କହିଛନ୍ତି, ସତ କହିବାକୁ ଗଲେ କମ୍‌ବ୍ୟାକ୍‌ ଶବ୍ଦ ମୋତେ ପସନ୍ଦ ନୁହେଁ। ମୋର ପିଲାମାନେ ଛୋଟ ଥିଲେ। ମୁଁ ଘରେ ରହିବାକୁ ଚାହୁଁଥିଲି। ମୁଁ ଅଳ୍ପ ବୟସରେ କାମ କରିବା ଆରମ୍ଭ କଲି। ମୁଁ ସ୍କୁଲରେ ପଢିବା ସମୟରେ ଅଭିନୟ କରୁଥିଲି। ମୁଁ ଅନେକ ବର୍ଷ ଦିନକୁ ଚାରୋଟି ଶିଫ୍ଟ ଏବଂ ଦିନକୁ ତିନିଟି ଶିଫ୍ଟ କାମ କରିଛି। ପ୍ରତିବର୍ଷ ମୋର ୮ରୁ ୧୦ଟି ଫିଲ୍ମ ରିଲିଜ ହେଉଥିଲା। ଖୁସିର କଥା, ସେଥିମଧ୍ୟରୁ ଅଧିକାଂଶ ସଫଳ ହୋଇଥିଲା। କିନ୍ତୁ କଥାଟି ହେଲା, ମୁଁ ବହୁତ କାମ କରିଥିଲି ଏବଂ ସେଥିପାଇଁ କିଛି ବର୍ଷ ମୁଁ ବିଶ୍ରାମ ନେଲି।
ହୋମି ଅଦାଜାନିଆ ‘ମର୍ଡର ମୁବାରକ’ର ନିର୍ଦ୍ଦେଶନା ଦେଉଛନ୍ତି। ଏଥିରେ ସାରା ଅଲି ଖାନ ମଧ୍ୟ ଅଭିନୟ କରିଛନ୍ତି। ‘ମର୍ଡର ମୁବାରକ’ ପୂର୍ବରୁ କରିସ୍ମାଙ୍କୁ ଶେଷ ଥର ପାଇଁ ୨୦୧୨ ଥ୍ରୀଲର ଫିଲ୍ମ ‘ଡେଞ୍ଜରସ୍‌ ଇଶ୍କ’ରେ ଦେଖିବାକୁ ମିଳିଥିଲା। ଏହି ସିନେମାରେ ତାଙ୍କ ସହିତ ଜିମି ଶେରଗିଲ, ଦିବ୍ୟା ଦତ୍ତ ଏବଂ ରଜନୀଶ ଦୁଗଲଙ୍କ ଭଳି ତାରକା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri