ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକ ଟିମ ଚମ୍ପିୟାନ ହୋଇଛି। ଫାଇନାଲ ମ୍ୟାଚ୍‌ରେ କର୍ଲାମୁଣ୍ଡା ବ୍ଲକ ଟିମ୍‌ର ମୁକାବିଲା ଭବାନୀପାଟଣା ବ୍ଲକ ଟିମ ସହ ହୋଇଥିଲା। ରୋମାଞ୍ଚକର ମୁକାବିଲାରେ କର୍ଲାମୁଣ୍ଡା ଟିମ ବିଜୟୀ ହୋଇ ଚମ୍ପିୟାନ ଟ୍ରଫି ହାସଲ କରିଛି।
ବିଜୟୀ ଦଳକୁ କଳାହାଣ୍ଡି ତହସିଲଦାର କ୍ଷୀରୋଦ ବିହାରୀ ଭାରତ ନାଗଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ଟ୍ରଫି ପ୍ରଦାନ କରିଥିଲେ। କର୍ଲାମୁଣ୍ଡା ବ୍ଲକ ଫୁଟବଲ ଟିମ୍‌ର ଏହି ସଫଳତା ପାଇଁ ମ୍ୟାନେଜର ରାଜ କିଶୋର ରଣା, କୋଚ ସୁନୀଲ ବେହେରା, ବ୍ଲକ କ୍ରୀଡ଼ା ସମ୍ପାଦକ ପ୍ରଶାନ୍ତ ସାହୁ, ଲଳିତ ଗୌଡ଼ ପ୍ରମୁଖ ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ସେହିପରି ଆଥଲେଟିକ୍ସରେ ମଧ୍ୟ କର୍ଲାମୁଣ୍ଡା ବ୍ଲକକୁ ସଫଳତା ମିଳିଛି। ରିସିଡାସ୍ଥିତ ଜେକେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମାନସ ମାଝୀ, ପୀୟୁଷ କୁମାର ସା ଏବଂ ହରିପ୍ରିୟା ରଣା ଉତ୍ତମ ପ୍ରଦର୍ଶନ କରିଛନ୍ତି। ନିଜ ନିଜ ବର୍ଗରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଏହି ତିନି ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଜଣାପଡ଼ିଛି। ଏହି ସଫଳତା ପରେ କର୍ଲାମୁଣ୍ଡା ବ୍ଲକର କ୍ରୀଡ଼ାପ୍ରେମୀ ଓ ବିଦ୍ୟାଳୟ ମହଲରେ ଖୁସିର ମାହୋଲ ସୃଷ୍ଟି ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?