କର୍ଲାମୁଣ୍ଡା ବ୍ଲକ: ଯୁକ୍ତ ୨ରେ ୮୭.୧୪ % ପାସ୍‌

କର୍ଲାମୁଣ୍ଡା,୧୦ା୮(ଡି.ଏନ.ଏ.): ଚଳିତବର୍ଷର ଯୁକ୍ତ ୨ କଳା ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଜେକେ କଲେଜ ଛାତ୍ରୀ ପୂଜା ଭୋଇ ୫୩୫ ମାର୍କ ରଖି ବ୍ଲକ ଟପ୍ପର ହୋଇଛନ୍ତି। ବ୍ଲକରେ ପ୍ରଥମ ଶ୍ରେଣୀରେ ୧୪୫ଜଣ, ଦ୍ୱିତୀୟ ଶ୍ରେଣୀରେ ୧୧୨ଜଣ, ତୃତୀୟ ଶ୍ରେଣୀରେ ୨୫୮ଜଣ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ୭୬ଜଣ ଛାତ୍ରୀଛାତ୍ର ଫେଲ ହୋଇଥିବା ଜଣାପଡିଛି। ବ୍ଲକର ୫ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ୟରୁ ରିଷିଡ଼ା ଜେକେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ପିରବତୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତେରେସିଙ୍ଗା, ହର ଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁସୁର୍ଲା, ଯୁକ୍ତ ୨ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କର୍ଲାମୁଣ୍ଡା, ତେରେସିଙ୍ଗା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତେରେସିଙ୍ଗାର ରେଗୁଲାର ଓ ଏକ୍ସ ରେଗୁଲାର ମିଶି ମୋଟ ୫୯୧ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୫୧୫ଜଣ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି, ଯାହା ୮୭.୧୪ % ପାସ୍‌ ହାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri