ଅବ୍ୟବସ୍ଥା ଘେରରେ କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ: ଖାଲିପଡ଼ିଛି ଅନେକ ପଦବୀ, ଲୋକେ ପାଉନାହାନ୍ତି ସେବା

କର୍ଲାମୁଣ୍ଡା,୨୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅବ୍ୟବସ୍ଥା ଘେରରେ ରହୁଥିବାରୁ ଲୋକେ ଉପଯୁକ୍ତ ସମୟରେ ସରକାରୀ ସେବାଗୁଡ଼ିକ ଠିକ୍‌ ଭାବେ ପାଇପାରୁ ନ ଥିବା ଅଭିଯୋଗ ହେଉଛି। ୧୨ଟି ପଞ୍ଚାୟତକୁ ନେଇ ଗଠିତ ଏହି ବ୍ଲକରେ ଅନେକ ଗୁଡ଼ିଏ ପଦବୀ ଖାଲି ରହିଥିବା ବେଳେ ନର୍ଲା ଏବିଡିଓ ଦେବେନ୍ଦ୍ର ସାମଲଙ୍କୁ ଗତ ଜାନୁଆରୀରୁ ବିଡିଓ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ଅନ୍ୟ ବ୍ଲକର ଅଧିକାରୀଙ୍କୁ ଏଠି ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି। ବ୍ଲକର ୧୨ଟି ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ତଦାରଖ ପାଇଁ ଜଣେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ( ଏଇ) ଓ ୩ ଜଣ କନିଷ୍ଠ ଯନ୍ତ୍ରୀ ରହିଛନ୍ତି। ଠିକ୍‌ ସେହିପରି ବ୍ଲକରେ ୧୨ ଟି ପଞ୍ଚାୟତକୁ ୯ ଜଣ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ୭ ଜଣ ଆକାଉଣ୍ଟାଣ୍ଟ କମ୍‌ ଡିଇଓ, ଜଣେ ଗ୍ରାମ ରୋଜଗାର ସେବକ ରହିଛନ୍ତି।

ଅନ୍ୟ ପଟେ ବ୍ଲକରେ କେସିଙ୍ଗା ଡବ୍ଲ୍ୟୁଇଓ , ମ.ରାମପୁର ଖାଉଟି ଯୋଗାଣ ଅଧିକାରୀଙ୍କୁ ଏହି ବ୍ଲକରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଫଳରେ ଏହି ଅଧିକାରୀମାନେ ନିୟମିତ ଭାବେ ଆସୁ ନ ଥିବାରୁ ସାଧାରଣ ଲୋକ ହଇରାଣ ହେଉଥିବା ଜଣାପଡ଼ିଛି। ଏହି ବ୍ଲକରେ ଏବେ କିଛି ଦିନ ପୂର୍ବରୁ ବ୍ଲକ ସାମାଜିକ ସମ୍ପ୍ରସାରଣ ଅଧିକାରୀଙ୍କ ପଦୋନ୍ନତି ପାଇ ବଦଳି ହେବା ପରେ କିରାଣି ପ୍ରଦୀପ କୁମାର ମାଝୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଅନ୍ୟ ପଟେ ପଞ୍ଚାୟତ ଉନ୍ନୟନ ଅଧିକାରୀଙ୍କ ଚଳିତ ମାସରେ ଅନ୍ୟତ୍ର ବଦଳି ହେବା ପରେ ଏହି ପଦବୀ ପୂରଣ ହୋଇପାରିନାହିଁ। ପିଏ,ଏବିଡିଓ, କିରାଣି,ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ପଦବୀଗୁଡିକ ଦୀର୍ଘଦିନରୁ ଖାଲି ପଡ଼ିଥିବାରୁ ସାଧାରଣ ଲୋକ ଙ୍କ ସମସ୍ୟା ସମାଧାନ ହୋଇପାରିନି। ଏଣୁ ଏଥିପ୍ରତି ଜିଲା ପ୍ରଶାସନ ଗୁରୁତ୍ୱ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri