କର୍ଲାମୁଣ୍ଡା ବ୍ଲକ ଟ୍ରାକ୍ଟର ମାଲିକ ସଂଘ ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର

କର୍ଲାମୁଣ୍ଡା:୨୨।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ କର୍ଲାମୁଣ୍ଡା ବ୍ଲକ ଟ୍ରାକ୍ଟର ମାଲିକ ସଂଘର ସଭାପତି ନବୀନ କିଶୋର ସାହୁଙ୍କ ନେତୃତ୍ୱରେ ଏକ ସାଧାରଣ ସଭା କରାଯାଇଥିଲା। ବର୍ତ୍ତମାନ ରାଜ୍ୟସାରା ଲଘୁ ଖଣିଜ ଦ୍ରବ୍ୟ (ବାଲି, ମେଟାଲ, ମୋରମ) ବୋଝେଇ ଟ୍ରାକ୍ଟର ପୋଲିସ ଚଢ଼ାଉ କରି ଜବତ କରି ସଙ୍ଗେ ସଙ୍ଗେ କୋର୍ଟ ଚାଲାଣ କରୁଥିବାରୁ ସରକାରୀ ଅବା ବେସରକାରୀ ସଂସ୍ଥା ଗୁଡ଼ିକ ନିର୍ମାଣ କରାଯାଉଥିବା ସ୍ଥାନରେ ଇଟା,ବାଲି,ପଥର,ମାଟି,ଚିପ୍ସ ଇତ୍ୟାଦି ଦରକାର ବେଳେ ପରିବହନରେ ବାଧାପ୍ରାପ୍ତ ହେଉଥିବା ଯୋଗୁ ନିର୍ମାଣ କାର୍ଯ୍ୟ ଆଗେଇ ପାରୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଏ ନେଇ ଶୁକ୍ରବାର କର୍ଲାମୁଣ୍ଡା ତହସିଲଦାର ଅରୁଣ ବର୍ଗେଙ୍କୁ କର୍ଲାମୁଣ୍ଡା ଟ୍ରାକ୍ଟର ମାଲିକ ସଂଘ ପକ୍ଷରୁ ଲଘୁ ଖଣିଜ ପଦାର୍ଥ ଯଥା ବାଲି, ମାଟି,ଇଟା,ପଥର ବାବଦକୁ ରୟାଲିଟି ପ୍ରଦାନ ପାଇଁ ଅନୁରୋଧ କରିଥିଲେ। ଏଥିରେ ଟ୍ରାକ୍ଟର ମାଲିକ ସଂଘର ସଦସ୍ୟ କୈଳାସ ସାହୁ , ମହେନ୍ଦ୍ର ରଣା,ଭାନୀ ଶଙ୍କର କମ୍ପ, କ୍ଷିର ସାଗର କୁମାର, ଦେବେନ୍ଦ୍ର କୁମାର,ସନ୍ୟମଣୀ ସାହୁ, ମୋହନ ସାହୁ,ଶଶି ସାହୁ,ତ୍ରିସୁତ ସାହୁ, ଘନଶ୍ୟାମ ସାହୁ,କ୍ଷିରମଣି ସାହୁ, ଶୁଶାନ୍ତ ରଣା, ହେମନ୍ତ ସାହୁ ସମେତ ଶତାଧିକ ଟ୍ରାକ୍ଟର ମାଲିକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri