Posted inଜାତୀୟ

ଆଇଏଏସ୍‌ଙ୍କ ଆପତ୍ତିଜନକ ଫଟୋ ଭାଇରାଲ କଲେ ମହିଳା ଆଇପିଏସ୍‌

ବେଙ୍ଗାଲୁରୁ, ୨୧।୨: କର୍ନାଟକରେ ଆଇପିଏସ୍‌, ଆଇଏଏସ୍‌ କଳି ଏବେ ରାଜ୍ୟ ରାଜନୀତିକୁ ସରଗରମ କରିଛି। ରବିବାର ଆଇପିଏସ୍‌ ଅଧିକାରୀ ଡି. ରୁପା ମୋଉଦଗିଲ ଆଇଏଏସ୍‌ ଅଫିସର ରୋହିଣୀ ସିନ୍ଧୁରିଙ୍କ ଆପତ୍ତିଜନକ ଫଟୋ ଫେସ୍‌ବୁକ୍‌ରେ ଅପ୍‌ଲୋଡ୍‌ କରିଥିଲେ। ରୋହିଣୀ ଏହି ଫଟୋକୁ ୨୦୨୧ରୁ ୨୦୨୨ ମଧ୍ୟରେ ୩ ପୁରୁଷ ଆଇଏଏସ୍‌ ଅଫିସରଙ୍କୁ ପଠାଇଥିବାବେଳେ ସେ ସେବା ଆଚରଣ ଉଲ୍ଲଂଘନ କରିଥିବା ରୁପା କହିଛନ୍ତି। ଏହା ପୂର୍ବରୁ ଶନିବାର ରୋହିଣୀଙ୍କ ଦୁର୍ନୀତିର ଏକ ତାଲିକା ରୁପା ପ୍ରକାଶ କରିଥିଲେ। ରୁପା ଏ ନେଇ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମାଇ ଏବଂ ମୁଖ୍ୟ ଶାସନ ସଚିବ ବନ୍ଦିତା ଶର୍ମାଙ୍କୁ ଅବଗତ କରାଇଥିବା କହିଛନ୍ତି। ଆଇପିଏସ୍‌ ଅଧିକାରୀଙ୍କ ଅଭିଯୋଗକୁ ଖଣ୍ଡନ କରିଛନ୍ତି ରୋହିଣୀ। ତାଙ୍କ ଚରିତ୍ର ସଂହାର କରିବା ଲାଗି ରୁପା ସୋସିଆଲ ମିଡିଆ ଏବଂ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରୁ ଫଟୋ ସ୍କ୍ରିନ୍‌ସଟ୍‌ ଜରିଆରେ ସଂଗ୍ରହ କରିଛନ୍ତି। ଏଥିସହ ରୋହିଣୀ ଯେଉଁ ଆଇଏଏସ୍‌ ଅଧିକାରୀଙ୍କୁ ନିଜ ଫଟୋ ଶେୟାର କରିଛନ୍ତି ସେମାନଙ୍କ ନାଁ ଗଣମାଧ୍ୟମରେ କହିବା ଲାଗି ରୁପାଙ୍କୁ ଚ୍ୟାଲେଞ୍ଜ କରିଛନ୍ତି। ରୁପା ମାନସିକ ରୋଗରେ ଆକ୍ରାନ୍ତ ବୋଲି ରୋହିଣୀ ଗଣମାଧ୍ୟମକୁ କହିଛନ୍ତି।
ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଏବଂ ପୋଲିସ ମୁଖ୍ୟ ଅବଗତ ଅଛନ୍ତି। ରୁପା କର୍ନାଟକ ହସ୍ତତନ୍ତ ବିକାଶ ନିଗମର ପ୍ରବନ୍ଧ ନିର୍ଦ୍ଦେଶକ ଦାୟିତ୍ୱରେ ଥିବାବେଳେ ରୋହିଣୀ ହିନ୍ଦୁ ଧର୍ମୀୟ ସଂସ୍ଥାନ ଏବଂ ଚାରିଟେବୁଲ ଏଣ୍ଡାଓମେଣ୍ଟ ଡିପାର୍ଟମେଣ୍ଟର ଆୟୁକ୍ତ ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri