Posted inଜାତୀୟ

ପ୍ରଥମ ପର୍ଯ୍ୟାୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ କୁମାରସ୍ବାମୀ ପଛରେ, ଆଗରେ ଚାଲିଛନ୍ତି ଶେଟ୍ଟାର

ବେଙ୍ଗାଲୁରୁ,୧୩।୫: ଶନିବାର ସକାଳୁ ଆରମ୍ଭ ହୋଇଛି କର୍ନାଟକ ବିଧାନସଭା ନିର୍ବାଚନର ଭୋଟ ଗଣତି। ରାଜ୍ୟର ୨୨୪ ବିଧାନସଭା ଆସନ ପାଇଁ ୨୬୧୫ ପ୍ରାର୍ଥୀ ନିର୍ବାଚନ ମଇଦାନରେ ରହିଛନ୍ତି। ଏହି ମୁକାବିଲା କଂଗ୍ରେସ, ଭାରତୀୟ ଜନତା ପାର୍ଟି(ଭାଜପା) ଓ ଜେଡିଏଓ ମଧ୍ୟରେ ହେଉଛି। ଭାଜପା ସମ୍ନାରେ ଏବେ ବହୁତ ବଡ ଚ୍ୟାଲେଞ୍ଜ। ଏକଜିଟ ପୋଲର ଆକଳନ ଯାହା କହିଛି ଏଥର କର୍ନାଟକରେ କଂଗ୍ରେସ ଶାସନ କ୍ଷମତା ହାତେଇପାରେ। ଆଉ ଭାଜପା ଏବେ ଏହାକୁ ପରିବର୍ତ୍ତନ କରିବା ଲକ୍ଷ୍ୟରେ ରହିଛି। ଏପଟେ ଜେଡିଏସ ନିଜକୁ କିଙ୍ଗମେକର ଭାବେ ଦେଖୁଛି।
କର୍ନାଟକ ବିଧାନସଭା ନିର୍ବାଚନରେ ବଡ ବଡ ନେତାଙ୍କ ଭାଗ୍ୟ ପରୀକ୍ଷା ହେଉଛି।ଏଥିରେ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା, ପ୍ରଦେଶ ଅଧ୍ୟକ୍ଷ ଡିକେ ଶିବକୁମାର, ଜଗଦିଶ ଶେଟ୍ଟାର ଓ କୁମାରସ୍ବାମୀ ରହିଛନ୍ତି। ମୁଖ୍ୟ ଲଢେଇ କଂଗ୍ରେସ, ଭାଜପା ଓ ଜେଡିଏସ ମଧ୍ୟରେ ହେଉଛି।
ପ୍ରଥମ ପର୍ଯ୍ୟାୟ ଗଣତିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ ମୁଖ୍ୟ କୁମାରସ୍ବାମୀ ପଛରେ ଥିବା ବେଳେ ୨-୩ ଘଣ୍ଟା ପରେ ଏହା ପରିବର୍ତ୍ତନ ହୋଇଯିବ ବୋଲି ସେ କହିଛନ୍ତି।
ଲିଙ୍ଗାୟତ ନେତା ଜଗଦିଶ ଶେଟ୍ଟାର ଏଥର କଂଗ୍ରେସ ଟିକେଟରୁ ନିର୍ବାଚନ ଲଢୁଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ସେ ହୁବଲି ଓ ଧାରବାଡ ସେଣ୍ଟ୍ରାଲ ଆସନରେ ଆଗରେ ଚାଲିଛନ୍ତି। ତାଙ୍କୁ ଏଥର ଭାଜପାରୁ ଟିକେଟ ନ ମିଳିବାରୁ ସେ କଂଗ୍ରେସରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri