Posted inଜାତୀୟ

କିଙ୍ଗମେକର ସାଜିବକି ଜେଡିଏସ, ପ୍ରତି ମୁହୂର୍ତ୍ତରେ ବଦଳୁଛି ନମ୍ବର, କେବେ ଭାଜପା ତ କେବେ କଂଗ୍ରେସ

ବେଙ୍ଗାଲୁରୁ,୧୩।୫: କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ର ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏବେ ପ୍ରଥମ ପର୍ଯ୍ୟାୟ ଆରମ୍ଭରେ ୨୧୬ ଆସନର ଫଳାଫଳ ସାମ୍ନାକୁ ଆସିଛି। ଏଥିରୁ କଂଗ୍ରେସ ୧୦୬ ଆସନରେ ଆଗରେ ଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ୯୦ ଆସନରେ ଆଗରେ ରହିଛି। ଜେଡିଏସ ୧୭ ଆସନରେ ଆଗରେ ଥିବା ବେଳେ ଏଚଡି କୁମାରସ୍ବାମୀ ତାଙ୍କ ପ୍ରତିଦ୍ୱନ୍ଦିଙ୍କଠାରୁ ପଛରେ ରହିଛନ୍ତି।
ଜେଡିଏସ କର୍ନାଟକର ଏକ ଆଞ୍ଚଳିକ ଦଳ। ଜେଡିଏସ ମୁଖ୍ୟ କର୍ନାଟକର ଚନ୍ନପଟ୍ଟନମ ବିଧାନସଭା ଆସନରୁ ଦ୍ୱିତୀୟ ଥର ଲାଗି ନିଜ ଭାଗ୍ୟ ପରୀକ୍ଷା କରୁଛନ୍ତି। ଭାଜପା କୁମାରସ୍ବାମୀଙ୍କ ବିଜୟପଥକୁ ରୋକିବାକୁ ସିପି ଯୋଗେଶ୍ୱରଙ୍କୁ ପ୍ରାର୍ଥୀ କରିଛି। ଏପଟେ କଂଗ୍ରେସ ଗଙ୍ଗାଧର ଏସଙ୍କୁ ମଇଦାନକୁ ଓହ୍ଲାଇଛି।
ଶନିବାର ପ୍ରଥମ ପର୍ଯ୍ୟାୟ ଫଳାଫଳ ଆସିବା ପରେ କୁମାରସ୍ବାମୀ କହିଛନ୍ତି ମୋର ଗୋଟିଏ ଛୋଟ ଦଳ ତେଣୁ ମୋର ଡିମାଣ୍ଡ କେମିତି ରହିବ। ଏଥର ଏକଜିଟ ପୋଲ କହିଛି ଜେଡିଏସକୁ ୩୦-୪୦ ଆସନ ମିଳିପାରେ। ଯଦି ଏହା ସତ ହେଲା ତେବେ ଜେଡିଏସ କର୍ନାଟକ ବିଧାନସଭା ନିର୍ବାଚନର କିଙ୍ଗମେକର ହୋଇପାରେ ବୋଲି କୁହାଯାଉଛି। କାରଣ ଗତଥର ଜେଡିଏସକୁ ୩୭ ଆସନ ମିଳିଥିବା ବେଳେ ଏହା ରାଜ୍ୟର ତୃତୀୟ ନମ୍ବର ଦଳ ତାଲିକାକୁ ଆସିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri