ଆଜି କର୍ନାଟକ ବିଧାନସଭା ନିର୍ବାଚନ: ୫.୩ କୋଟି ଭୋଟର ନିର୍ଣ୍ଣୟ କରିବେ ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ…

ବେଙ୍ଗାଲୁରୁ,୧୦।୫ : ଆଜି କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ମତଦାନ କରାଯାଉଛି। ରାଜ୍ୟର ୫.୩ କୋଟି ଭୋଟର ନିର୍ବାଚନୀ ମଇଦାନରେ ଥିବା ୨୬୧୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ । ୨୨୪ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ପାଇଁ ରାଜ୍ୟରେ ୫୮,୫୪୫ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି। ରାଜ୍ୟର ୧୧.୭୧ ଲକ୍ଷ ଭୋଟର, ପ୍ରଥମ ଥର ଭୋଟ ଦେବାକୁ ଯାଉଛନ୍ତି।

ବିବୃତ୍ତି ଅନୁଯାୟୀ, ଏଥର ୫.୩ ପଞ୍ଜିକୃତ ଭୋଟରଙ୍କ ମଧ୍ୟରେ ପୁରୁଷ ଓ ମହିଳାଙ୍କ ସଂଖ୍ୟା ପ୍ରାୟ ସମାନ। ପୁରୁଷ ଭୋଟରଙ୍କ ସଂଖ୍ୟା ୨.୬୬ କୋଟି ଏବଂ ମହିଳା ଭୋଟରଙ୍କ ସଂଖ୍ୟା ୨.୬୩ କୋଟି। ଏଥି ସହିତ, ୫.୭୧ ଲକ୍ଷରୁ ଅଧିକ ଦିବ୍ୟାଙ୍ଗ ଭୋଟର, ୮୦ ବର୍ଷରୁ ଅଧିକ ବୟସ୍କ ୧୨.୧୫ ଲକ୍ଷ ବରିଷ୍ଠ ନାଗରିକ ଏବଂ ୧୦୦ ବର୍ଷରୁ ଅଧିକ ୧୬ ହଜାରରୁ ଅଧିକ ଭୋଟର ଭୋଟ ଦେବାକୁ ପଞ୍ଜିକୃତ ହୋଇଛନ୍ତି।

ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ୫୮ ହଜାରରୁ ଅଧିକ ମତଦାନ କେନ୍ଦ୍ରରେ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି। ଆୟୋଗଙ୍କ ଅନୁଯାୟୀ ମହିଳାମାନେ ୯୯୬ ବୁଥରେ ପରିଚାଳନା କାର୍ଯ୍ୟ କରିବେ। ଦିବ୍ୟାଙ୍ଗ ବ୍ୟକ୍ତିମାନେ ୨୩୯ ବୁଥରେ ଏହି କାର୍ଯ୍ୟ କରିବେ । ଯୁବକମାନେ ୨୮୬ ବୁଥ ପରିଚାଳନା କରିବେ ଏବଂ ୭୩୭ ଥିମ ଆଧାରିତ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଛି। ସମସ୍ତ ମତଦାନ କେନ୍ଦ୍ରରେ ପାନୀୟ ଜଳ, ଶୌଚାଳୟ, ରେମ୍ପ, ହୱିଲ ଚେୟାର, ବିଦ୍ୟୁତ, ସ୍ବେଚ୍ଛାସେବୀ, ଶେଡ, ହେଲ୍ପ ଡେସ୍କ ଏବଂ ପାର୍କିଂ ଭଳି ମୌଳିକ ସୁବିଧା ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri