Posted inଜାତୀୟ

କର୍ନାଟକରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ବସବରାଜଙ୍କ ଟିମ୍‌ରେ ଏହି ବିଧାୟକଙ୍କୁ ମିଳିଲା ସ୍ଥାନ

ବେଙ୍ଗାଲୁର,୪।୮: କର୍ନାଟକରେ ମୁଖ୍ୟମନ୍ତ୍ରୀ ଚେହେରା ବଦଳିବା ପରେ ଏବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରିତ ହୋଇଛି। ନୂତନ ମୁଖ୍ୟମନ୍ତ୍ରୀ ବସବରାଜ ବୋମାଇଙ୍କ ନୂଆ ଟିମ୍‌ରେ ମୋଟ ୨୯ଜଣ ବିଧାୟକ ବୁଧବାର ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। କନର୍ର୍ାଟକ ରାଜ୍ୟପାଳ ଥାୱରଚାନ୍ଦ ଗେହଲଟ ରାଜ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ମଧ୍ୟ ଉପସ୍ଥିତ ଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବାସବରାଜ ସମସ୍ତ ନୂତନ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ସୂଚନାଯୋଗ୍ୟ, ବୁଧବାର ସକାଳେ ହାଇକମାଣ୍ଡଙ୍କଠାରୁ ମନ୍ତ୍ରୀଙ୍କ ନାମ ତାଲିକା ଗ୍ରହଣ କରାଯାଇଥିଲା ବୋଲି ବସବରାଜ କହିଥିଲେ। ଏହାପରେ ରାଜଭବନରେ ୨ଟା ୧୫ରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହୋଇଥିଲା। ବସବରାଜଙ୍କ ନୂଆ କ୍ୟାବିନେଟରେ ୭ଜଣ ଓବିସି, ୩ଏସ୍‌ସି, ଜଣେ ଏସ୍‌ଟି, ୭ଭୋକାଲିଗା, ୮ଲିଙ୍ଗାୟତ ସମ୍ପ୍ରଦାୟ, ୧ରେଡ୍ଡୀ ଓ ଜଣେ ମହିଳା ମନ୍ତ୍ରୀ ଅଛନ୍ତି। ଦଳର ହାଇକମାଣ୍ଡଙ୍କ ନିର୍ଦ୍ଦେଶରେ ରାଜ୍ୟରେ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯାଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?