Posted inଜାତୀୟ

କର୍ନାଟକରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ବସବରାଜଙ୍କ ଟିମ୍‌ରେ ଏହି ବିଧାୟକଙ୍କୁ ମିଳିଲା ସ୍ଥାନ

ବେଙ୍ଗାଲୁର,୪।୮: କର୍ନାଟକରେ ମୁଖ୍ୟମନ୍ତ୍ରୀ ଚେହେରା ବଦଳିବା ପରେ ଏବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରିତ ହୋଇଛି। ନୂତନ ମୁଖ୍ୟମନ୍ତ୍ରୀ ବସବରାଜ ବୋମାଇଙ୍କ ନୂଆ ଟିମ୍‌ରେ ମୋଟ ୨୯ଜଣ ବିଧାୟକ ବୁଧବାର ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। କନର୍ର୍ାଟକ ରାଜ୍ୟପାଳ ଥାୱରଚାନ୍ଦ ଗେହଲଟ ରାଜ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ମଧ୍ୟ ଉପସ୍ଥିତ ଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବାସବରାଜ ସମସ୍ତ ନୂତନ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ସୂଚନାଯୋଗ୍ୟ, ବୁଧବାର ସକାଳେ ହାଇକମାଣ୍ଡଙ୍କଠାରୁ ମନ୍ତ୍ରୀଙ୍କ ନାମ ତାଲିକା ଗ୍ରହଣ କରାଯାଇଥିଲା ବୋଲି ବସବରାଜ କହିଥିଲେ। ଏହାପରେ ରାଜଭବନରେ ୨ଟା ୧୫ରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହୋଇଥିଲା। ବସବରାଜଙ୍କ ନୂଆ କ୍ୟାବିନେଟରେ ୭ଜଣ ଓବିସି, ୩ଏସ୍‌ସି, ଜଣେ ଏସ୍‌ଟି, ୭ଭୋକାଲିଗା, ୮ଲିଙ୍ଗାୟତ ସମ୍ପ୍ରଦାୟ, ୧ରେଡ୍ଡୀ ଓ ଜଣେ ମହିଳା ମନ୍ତ୍ରୀ ଅଛନ୍ତି। ଦଳର ହାଇକମାଣ୍ଡଙ୍କ ନିର୍ଦ୍ଦେଶରେ ରାଜ୍ୟରେ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯାଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri