Posted inଜାତୀୟ

ଇସ୍ତଫା ଦେଇ ପାରନ୍ତି ୟେଦୁରପ୍ପା

ନୂଆଦିଲ୍ଲୀ,୧୭ ।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଖୁବଶୀଘ୍ର ଇସ୍ତଫା ଦେଇପାରନ୍ତି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ୍ ରହୁ ନ ଥିବାରୁ ସେ କୁଆଡେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ । ହେଲେ ଏଭଳି ଖବରକୁ ମିଛ ବୋଲି କହିଛନ୍ତି ୟେଦୁରପ୍ପା । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅଧିକ ବୟସ ଓ ସ୍ୱାସ୍ଥ୍ୟବସ୍ଥା ଠିକ୍ ରହୁ ନ ଥିବାରୁ ସେ କୁଆଡେ ଇସ୍ତଫା ଦେବାକୁ ଚାହୁଁଛନ୍ତି । ଶୁକ୍ରବାର ୟେଦୁରପ୍ପା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାକ୍ଷାତ୍ କରିବା ବେଳେ କୁଆଡେ ଇସ୍ତଫା କଥା ଉଠାଇଥିଲେ । ଶନିବାର ସେ ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହ ସାକ୍ଷାତ୍ କରିବା ସମୟରେ ବି ସମାନ କଥା କୁଆଡେ ଦୋହରାଇଛନ୍ତି । ଏପଟେ କୁହାଯାଉଛି କି କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶୀଘ୍ର ନିଷ୍ପତ୍ତି ନିଆଯାଇପାରେ । ଖୁବଶୀଘ୍ର ସର୍ବଦଳୀୟ ବୈଠକ ବି ହୋଇପାରେ । ହେଲେ ସେପର୍ଯ୍ୟନ୍ତ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରେ ରହିବେ । ସେପଟେ ମୋଦି ଯଦି କୁହନ୍ତି ୟେଦୁରପ୍ପା ଇସ୍ତଫା ଦେବେ ବୋଲି କହିଛନ୍ତି । ଆଉ ମୋଦିଙ୍କ ସାମ୍ନାରେ ସେ ସର୍ତ୍ତ ରଖିଛନ୍ତି କି ତାଙ୍କ ପୁଅକୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଏକ ସମ୍ମାନଜନକ ସ୍ଥାନ ଦିଆଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri