Posted inଜାତୀୟ

ୟେଦୁରପ୍ପାଙ୍କ ଇସ୍ତଫା ପରେ କାହା ମୁଣ୍ଡରେ ସୁନା କଳସ

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିରେ ସୋମବାର ନୂଆ ମୋଡ ଆସିଛି। ଭାଜପା ନେତା ତଥା ସୁବେର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ମୁଖ୍ୟମନ୍ତ୍ରୀଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ୟେଦୁରପ୍ପାଙ୍କ ଇସ୍ତଫା ପରେ ଏବେ କିଏ ଶାସନ କ୍ଷମତା ହାତେଇବ ତା’ ଉପରେ ସମସ୍ତଙ୍କ ନଜର। ଇତିମଧ୍ୟରେ ସଂସଦରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ଚର୍ଚ୍ଚା ହୋଇଛି। ସନ୍ଧ୍ୟା ସୁଦ୍ଧା ଭାଜପା ପର୍ଯ୍ୟବେକ୍ଷକଙ୍କ ନାମ ସ୍ଥିର କରାଯିବ, ଯିଏ ଆସନ୍ତା ଦିନେ କିମ୍ବା ଦୁଇ ଦିନ ଭିତରେ କର୍ନାଟକ ଯିବେ। ଏହି ସପ୍ତାହର ଶେଷ ଆଡ଼କୁ ନୂଆ ମୁଖ୍ୟମନ୍ତ୍ରୀ ନାମକୁ ନେଇ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ରହିଛି। ସେପର୍ଯ୍ୟନ୍ତ ୟେଦୁରପ୍ପା ସୁବେର କାର୍ଯ୍ୟନିର୍ବାହୀ ମୁଖ୍ୟମନ୍ତ୍ରୀ ରହିବେ। ସୂତ୍ର ଅନୁସାରେ ଧର୍ମେନ୍ଦ୍ର ପ୍ରଧାନ ପର୍ଯ୍ୟବେକ୍ଷକ ହୋଇପାରନ୍ତି। ତେବେ ଏହି ମୁଖ୍ୟମନ୍ତ୍ରୀଙ୍କ ରେସ୍‌ରେ ୩ଜଣଙ୍କର ନାମ ରହିଛି। ପ୍ରଥମରେ ବସଭରାଜ ବୋମାଇ ରହିଛନ୍ତି, ଯିଏକି ବର୍ତ୍ତମାନ କର୍ନାଟକ ସରକାରରେ ଗୃହମନ୍ତ୍ରୀ ସହ ସଂସଦୀୟ କାର୍ଯ୍ୟ ଓ ଆଇନ ମନ୍ତ୍ରୀ ରହିଛନ୍ତି। ସେହିପରି ଦ୍ୱିତୀୟରେ କର୍ନାଟକ ବିଧାନସଭାର ଅଧ୍ୟକ୍ଷ ବିଶେଶ୍ୱରା ହେଗଡେ କାଗେରୀ ଓ ତୃତୀୟରେ କେନ୍ଦ୍ର କୋଇଲା ଓ ଖନନ ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ନାମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ

ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri