Posted inଜାତୀୟ

କର୍ନାଟକ ମୁଖ୍ୟମନ୍ତ୍ରୀ ବଦଳିବା ଚର୍ଚ୍ଚା

ନୂଆଦିଲ୍ଲୀ,୩।୫: ଭାଜପା ନେତା ବାସବରାଜ ବୋମାଇ କର୍ନାଟକ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବାର ୯ ମାସ ମଧ୍ୟରେ ଅନେକ ବିବାଦର ସମ୍ମୁଖୀନ ହୋଇଛନ୍ତି। ଆସନ୍ତାବର୍ଷ ରାଜ୍ୟ ବିଧାନସଭା ନିର୍ବାଚନ ଥିବାରୁ ଏହା ଦଳ ଉପରେ ପ୍ରଭାବ ପକାଇବା ଶାସକ ଦଳ ଆଶଙ୍କା କରୁଛି। ତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯାଇପାରେ ବୋଲି କଳ୍ପନାଜଳ୍ପନା ପ୍ରକାଶ ପାଇଆସୁଥିବାବେଳେ ସୋମବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ବେଙ୍ଗାଲୁରୁ ଗସ୍ତରେ ଯାଇଥିବାରୁ ଏହି ଚର୍ଚ୍ଚା ଜୋର୍‌ ଧରିଛି। ଅନ୍ୟପକ୍ଷରେ ସେଭଳି କିଛି ପରିବର୍ତ୍ତନ ହେବାର ନାହିଁ ବୋଲି ଦଳୀୟ ସୂତ୍ରରୁ କୁହାଯାଇଛି। ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବା ନେଇ ଜଣେ ଭାଜପା ନେତା ସୂଚନା ଦେବା ପରେ ବୋମାଇ ବାଦ୍‌ ପଡ଼ିବା ନେଇ ଆଲୋଚନା ଆରମ୍ଭ ହୋଇଯାଇଥିଲା। ରାଜ୍ୟ ନେତୃତ୍ୱରେ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିବାର କ୍ଷମତା ଭାଜପା କେନ୍ଦ୍ରୀୟ ନେତୃତ୍ୱର ରହିଛି ବୋଲି ରାଷ୍ଟ୍ରୀୟ ସାଂଗଠନିକ ସମ୍ପାଦକ ବି.ଏଲ୍‌. ସନ୍ତୋଷ କହିଥିଲେ। ରାଜନୀତିରେ ପରିବର୍ତ୍ତନ ଅବଶ୍ୟମ୍ଭାବୀ। କାରଣ ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଆସିବା ସହଜ କଥା ନୁହେଁ। ସତ୍ତା ବିରୋଧୀ ହାଓ୍ବା ଜୋର୍‌ଦାର ହେଉଥିବାର ଦ୍ୱିତୀୟ ଥର ନିର୍ବାଚନ ଜିତିବା ଏକ ଚ୍ୟାଲେଞ୍ଜ ବୋଲି ସନ୍ତୋଷ କହିଛନ୍ତି। ତାଙ୍କର ଏଭଳି ମନ୍ତବ୍ୟ ପରେ ବର୍ଷକ ମଧ୍ୟରେ ପୁଣିଥରେ କର୍ନାଟକ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ଚର୍ଚ୍ଚା ଜୋର୍‌ ଧରିଥିଲା। ତେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଏଭଳି ଖବରକୁ ଅସ୍ବୀକାର କରିଛନ୍ତି। ମୁଖ୍ୟମନ୍ତ୍ରୀ ଭାବେ ବୋମାଇ ଭଲ କାମ କରୁଛନ୍ତି। ତେଣୁ ନେତୃତ୍ୱ ପରିବର୍ତ୍ତନ ହେବାର ନାହିଁ ବୋଲି ୟେଦୁରପ୍ପା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri