Posted inଜାତୀୟ

ଦିଲ୍ଲୀ ଗସ୍ତରେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୬।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପାଙ୍କ ଦିଲ୍ଲୀ ଗସ୍ତ ପୁଣି ଥରେ ରାଜ୍ୟର ନେତୃତ୍ୱ ପରିବର୍ତ୍ତନକୁ ନେଇ ରହିଥିବା କଳ୍ପନା ଜଳ୍ପନାକୁ ଆହୁରି ବଢ଼ାଇଦେଇଛି। କାରଣ ଗତ କିଛି ସମୟରୁ ଏହି ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଲାଗି ରହିଛି। ୭୮ବର୍ଷୀୟ ୟେଦୁରପ୍ପା ଓ ତାଙ୍କ ପୁଅ ବିଜେନ୍ଦ୍ର ଏକ ସ୍ବତନ୍ତ୍ର ବିମାନରେ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ସୂଚନା ଅନୁସାରେ ସନ୍ଧ୍ୟା ୬ଟା ୪୫ରେ ୟେଦୁରପ୍ପା ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ। ରାଜ୍ୟରେ ଅସନ୍ତୁଷ୍ଟ ଭାଜପା ନେତା ତାଙ୍କୁ ହଟାଇବାକୁ ଚେଷ୍ଟା କରୁଛନ୍ତି। ତେଣୁ ଏହି ପ୍ରସଙ୍ଗରେ ମୋଦିଙ୍କ ସହ ତାଙ୍କର ବୈଠକକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ନିକଟରେ ଭାଜପାର ରାଜ୍ୟ ପ୍ରଭାରୀ ଅରୁଣ ସିଂ କର୍ନାଟକ ଗ୍ରସ୍ତରେ ଆସି ଶାସକ ଦଳର ବିଧାୟକଙ୍କୁ ଭେଟିଥିଲେ। ସେହି ସମୟରେ ସେ କହିଥିଲେ, ଦଳର ନେତୃତ୍ୱର ସମର୍ଥନ ରହିଛି ଏବଂ ୟେଦୁରପ୍ପା ଏବଂ ତାଙ୍କ ସରକାର ଭଲ କାମ କରୁଛନ୍ତି। ତେବେ ଅରୁଣ ସିଂଙ୍କ ଏହି ବୟାନ ପରେ ବି ନେତାମାନେ ଅସନ୍ତୁଷ୍ଟ ଥିବା ବେଳେ ନେତୃତ୍ୱ ପରିବର୍ତ୍ତନକୁ ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri