Posted inଜାତୀୟ

ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ରଦ୍ଦ ହେବ ବିଧାୟକ ପଦ! ହାଇକୋର୍ଟରେ ଯାଚିକା ଦାଖଲ

ବେଙ୍ଗାଲୁରୁ,୨୨।୭: ୫ପଏଣ୍ଟର ଗ୍ୟାରେଣ୍ଟି କାର୍ଡ ବାଣ୍ଟି ଅଡୁଆରେ କର୍ନାଟକ ସରକାର। ଚଳିତ କର୍ନାଟକ ନିର୍ବାଚନରେ ଭୋଟ ହାତେଇବା ପାଇଁ ଭୋଟରଙ୍କୁ ୫ଟି ଗ୍ୟାରେଣ୍ଟି ପୂରଣ କରିବେ କହିଥିଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଓ ଡି.କେ ଶିବକୁମାର। ସରକାର ଗଠନ ପରେ ଦେଇଥିବା ଆଶ୍ୱସନାକୁ ପୂରଣ ନ କରିବାରୁ କର୍ନାଟକ ହାଇକୋର୍ଟର ଦ୍ୱାରସ୍ତ ହୋଇଛନ୍ତି ଜଣେ ବ୍ୟକ୍ତି।

କର୍ନାଟକ ବରୁଣା ବିଧାନସଭା ଆସନର ବାସିନ୍ଦା କେ.ଏମ ଶଙ୍କର ଏନେଇ କୋର୍ଟରେ ଆବେଦନ କରିଛନ୍ତି। ଆବେଦନରେ ସେ କହିଛନ୍ତି, ଏହି ପାଞ୍ଚଟି ଗ୍ୟାରେଣ୍ଟି କାର୍ଡରେ କଂଗ୍ରେସ କର୍ନାଟକରେ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହି କାର୍ଡ ବଣ୍ଟନ କରି ସେ ଭୋଟରଙ୍କୁ ଆକର୍ଷିତ କରିଥିଲା। ସରକାର ଗଠନ ହେଲେ ଏସବୁ ଗ୍ୟାରେଣ୍ଟି ପୂରଣ ହେବ ବୋଲି ପ୍ରତିଶୃତି ଦେଇଥିଲା। ଲୋକ ପ୍ରତିନିଧୀ ଅଧିନିୟମର ଧାରା ୧୨୩(୧) ଅନୁଯାୟୀ ଯୁବକ ପିଟିଶନ ଦାଖଲ କରିଛନ୍ତି। ତେବେ ଏଥିପାଇଁ ସିଏମ ସିଦ୍ଧରମୈୟାଙ୍କ ବିଧାୟକ ପଦକୁ ରଦ୍ଦ କରାଯାଉ ବୋଲି ଦାବି କରିଛନ୍ତି।

ଏହି ମାମଲାରେ ହାଇକୋର୍ଟ ସରକାରଙ୍କୁ ହୋଇଥିବା ଅଭିଯୋଗକୁ ସୁଧାରିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଶୁଣାଣି ସ୍ଥଗିତ ରଖିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୨୮ରେ ହେବ ବୋଲି କୋର୍ଟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri