Posted inଜାତୀୟ

ସିଦ୍ଦାରାମାୟା, ଶିବକୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଦେଖିବାକୁ ମିଳିବ ବିରୋଧୀ ଏକତା

ନୂଆଦିଲ୍ଲୀ,୨୦।୫: କର୍ନାଟକ ବିଧାନସଭା ନିର୍ବାଚନରେ ସ୍ପଷ୍ଟ ବହୁମତ ମିଳିବା ପରେ ଶନିବାର କଂଗ୍ରେସ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। କିଛି ଘଣ୍ଟା ମଧ୍ୟରେ ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ଓ ଡିକେ ଶିବକୁମାର ଉପ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ। କ୍ୟାବିନେଟରେ ସାମିଲ ହେବାକୁ ଥିବା କେତେଜଣ ବିଧାୟକ ବି ପଦ ଓ ଗୋପନୀୟତାର ଶପଥ ନେବେ। ଶପଥ ଗ୍ରହଣ ସମାରୋହ ପୂର୍ବରୁ ସିଦ୍ଦାରାମାୟା ଓ ଶିବକୁମାର ନୂଆ ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ଯାଉଥିବା ମନ୍ତ୍ରୀଙ୍କ ନାମ ଓ ବିଭାଗକୁ ନେଇ ଦଳ ମୁଖିଆଙ୍କ ସହ ଚର୍ଚ୍ଚା କରିବାକୁ ଦିଲ୍ଲୀ ପହଞ୍ଚିଛନ୍ତି।

ସିଦ୍ଦାରାମାୟା ଏବଂ ଶିବକୁମାର ମଧ୍ୟ ଶୁକ୍ରବାର ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଛନ୍ତି। କଂଗ୍ରେସ ଏହାର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରୁ ଏହି ବୈଠକର ଫଟୋ ଟୁଇଟ କରିଛି। ଏଥିରେ କ୍ୟାପସନରେ ଲେଖାଯାଇଛି, ‘କର୍ନାଟକରେ ଲୋକ ସରକାରଙ୍କ ଶପଥ ଗ୍ରହଣ ପୂର୍ବରୁ ଏକ ବୈଠକ।’ ଏଥିସହ ସିଦ୍ଦାରାମାୟା ଦିଲ୍ଲୀରେ କଂଗ୍ରେସ ସଂଗଠନର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଳଙ୍କୁ ମଧ୍ୟ ଭେଟିଥିଲେ।

ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ବିରୋଧୀ ଦଳର ବହୁ ନେତାଙ୍କୁ କଂଗ୍ରେସ ଆମନ୍ତ୍ରଣ କରିଛି। ଲୋକସଭା ନିର୍ବାଚନକୁ ପ୍ରାୟ ଏକ ବର୍ଷ ବାକି ଥିବାରୁ କର୍ନାଟକର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ୨୦୨୪ ନିର୍ବାଚନ ପୂର୍ବରୁ ବିରୋଧୀ ଦଳର ନେତାଙ୍କ ଏକତା ମଧ୍ୟରେ ଶକ୍ତି ପ୍ରଦର୍ଶନ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

ପାକିସ୍ତାନ ଭୂଗୋଳ ହେବାକୁ ଚାହୁଁଛି ନା ଇତିହାସ? ଭାରତୀୟ ସେନା ମୁଖ୍ୟଙ୍କ ଏମିତି ଧମକ ଶୁଣି…

ନୂଆଦିଲ୍ଲୀ/ଇସଲାମାବାଦ,୧୭ା୫: ରବିବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ବୟାନ ଶୁଣି ପାକିସ୍ତାନ ସେନା ଡରିଯାଇଛି। ଏହା ପରେ ପାକିସ୍ତାନ ଭାରତକୁ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଶିଖିବାକୁ…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri