Categories: ଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆରଯାଇଛି। ୟେଦୁରପ୍ପାଙ୍କ ସହ ତାଙ୍କ ଝିଅ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଭାଜପାର ବରିଷ୍ଠ ନେତା ତଥା ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପା କରୋନା ଆକ୍ରାନ୍ତ ହୋଇଥିବା ବିଷୟରେ ଟୁଇଟ୍‌ ଯୋଗେ ସୂଚନା ଦେଇଥିଲେ। ସେ କହିଥିଲେ, ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଡାକ୍ତର ପରାମର୍ଶ କ୍ରମେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ନିକଟେରେ ମୋ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ସଚେତନ ହେବା ସହ ହୋମ ଆଇସୋଲେସନରେ ରୁହନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି।

Share