Posted inଜାତୀୟ

ଇସ୍ତଫା ଦେବାର ସଙ୍କେତ ଦେଲେ ୟେଦୁରପ୍ପା

ବେଙ୍ଗାଲୁରୁ.୨୨ ।୭: କିଛି ଦିନ ହେବ କର୍ନାଟକ ସରକାର ରହିଛନ୍ତି ଚର୍ଚ୍ଚାରେ । ଶାସକ ଦଳରେ କିଛିଟା ପରିବର୍ତ୍ତନ ହୋଇପାରେ ବୋଲି ଆଶଙ୍କା ବି କରାଯାଇଛି । ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପା ଇସ୍ତଫା ଦେଇପାରନ୍ତି ବୋଲି ମଧ୍ୟ ଚର୍ଚ୍ଚା ହୋଇଥିଲା । ହେଲେ ୟେଦୁରପ୍ପା ଏହାକୁ ଖଣ୍ଡନ କରିଥିଲେ । ଏବେ କିନ୍ତୁ ସେ ଏକଥାକୁ ଇସାରାରେ କହିଛନ୍ତି । ଗୁରୁବାର ୟେଦୁରପ୍ପା କହିଛନ୍ତି ୨୫ ଜୁଲାଇରେ ଭାରତୀୟ ଜନତା ପାର୍ଟି(ଭାଜପା) ଯେଉଁ ନିଷ୍ପତ୍ତି ନେବ ତାହାକୁ ମୁଁ ମାନିନେବି । ଅନୁମାନ କରାଯାଉଛି କି ୨୬ ଜୁଲାଇକୁ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ମନରେ ମୋ ପ୍ରତି ଗଭିର ସମ୍ମାନ ରହିଛି । ଭାଜପାରା ନୀତି ସଫା ଯେ ୭୫ ବର୍ଷ ବୟସ ଅତିକ୍ରମ କରିଯିବା ପରେ ସେମାନଙ୍କୁ କୌଣସି ପଦ ଦିଆଯିବ ନାହିଁ । ହେଲେ ମୋର କାମ ସେମାନଙ୍କୁ ବହୁତ ପସନ୍ଦ ଆସିଥିବାରୁ ମୋତେ ଦଳ ୭୮-୭୯ ବର୍ଷ ବୟସ ପର୍ଯ୍ୟନ୍ତ କାମ କରିବାର ସୁଯୋଗ ଦେଇଛି । ମୋର ଉଦ୍ଦେଶ୍ୟ ରାଜ୍ୟରେ ଦଳକୁ ମଜଭୁତ କରିବା ଓ ଦଳକୁ ସରକାରକୁ ଫେରାଇ ଆଣିବା । ୨୬ ଜୁଲାଇକୁ ୟେଦୁରପ୍ପାଙ୍କର ୨ ବର୍ଷ ପୂରଣ ହେବ । ଏବେ ଭାଜପା ଅଧ୍ୟକ୍ଷ ଜେ.ପି ନଡ୍ଡା ଯାହା କହିବେ ତାହା ମୁଁ ପାଳନ କରିବି ବୋଲି କହିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା । ତେଣୁ ସମସ୍ତ କର୍ମୀଙ୍କୁ ମଧ୍ୟ ମୁଁ ଅନୁରୋଧ କରୁଛି ଦଳ ଯାହ ନିଷ୍ପତ୍ତି ନେଉଛି ତାକୁ ପାଳନ କରନ୍ତୁ । ସୂଚନାଯୋଗ୍ୟ, ଜୁଲାଇ ୧୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟେଦୁରପ୍ପା ସାକ୍ଷାତ୍ କରିବା ସମୟରେ ବୟସାଧିକ୍ୟ ଓ ଅସୁସ୍ଥତା ଦର୍ଶାଇ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ପ୍ରସ୍ତାବ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?