Posted inଜାତୀୟ

‘ଆମିଷ ଖାଇ ନେତା ଗଲେ ମନ୍ଦିର’, କର୍ନାଟକ କଂଗ୍ରେସର ଭାଜପାକୁ ଟାର୍ଗେଟ

ବେଙ୍ଗାଲୁରୁ,୨୪ ।୨: କର୍ନାଟକ କଂଗ୍ରେସ ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ ସିଟି ରବିଙ୍କ ଉପରେ ଆମିଷ ଭୋଜନ କରିବା ପରେ ମନ୍ଦିର ପ୍ରବେଶ କରିଥିବା ଅଭିଯୋଗ ଆଣିଛି । ସୂଚନାଯୋଗ୍ୟ, ୧୯ ଫେବୃୟାରୀରେ ସିଟି ରବି ଭଟକଲରେ ଏକ ମନ୍ଦିର ଯିବା ପରେ ବିବାଦ ମୁଣ୍ଡ ଟେକିଛି । କଂଗ୍ରେସ ଅଭିଯୋଗ କରିଛି କି ପ୍ରଥମେ ରବି ଭଟକଲ ବିଧାୟକ ସୁନିଲ ନାଇକଙ୍କ ଘରକୁ ଯାଇ ଦ୍ୱିପ୍ରହର ଭୋଜନରେ ଆମିଷ(ମାଛ) ଖାଇଥିଲେ । ଏହାପରେ ସେ ଭାଜପା କାର୍ଯ୍ୟାଳୟ ଯାଇଥିଲେ ଓ ସେଠାରୁ ସଜଂଗନା ନାଗାବାବା ମନ୍ଦିର ପହଞ୍ଚିଥିଲେ ।
ସିଟି ରବିଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏଥିରେ ସେ ଯେଉଁ ପୋଷାକ ପିନ୍ଧି ମାଛ ଖାଉଛନ୍ତି, ପରେ ସେହି ପୋଷାକ ପିନ୍ଧି ସେ ମନ୍ଦିରରେ ନମସ୍କାର କରୁଥିବା ଦେଖାଯାଇଛି । ତେବେ କୁହାଯାଉଛି କି ମନ୍ଦିରରେ ତାଲା ପଡିଥିବାରୁ ରବି ବାହାରେ ରହି ପ୍ରାର୍ଥନା କରିଥିଲେ ।
ଏହାକୁ ନେଇ କଂଗ୍ରେସ ଅଭିଯୋଗ କରିଛି କି ମାଂସାହାରୀ ଭୋଜନ କରିବା ପରେ ସିଟି ରବି ମନ୍ଦିର ଯାଇଛନ୍ତି । ଏହାର ଜବାବରେ ରବି କହିଛନ୍ତି ହଁ ମୁଁ ସେଦିନ ଆମିଷ ଖାଇଛି ସତ, ହେଲେ ମୁଁ ମନ୍ଦିର ଭିତରେ ପ୍ରବେଶ ନ କରି କେବଳ ମନ୍ଦିର ବାହାରେ ରହି ପ୍ରାର୍ଥନା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri