Posted inଜାତୀୟ

କର୍ନାଟକ କଂଗ୍ରେସ ନେତାଙ୍କ ସହ ଆଜି ବୈଠକ କରିବେ ରାହୁଲ, ଲୋକ ସଭା ନିର୍ବାଚନ ଉପରେ ହେବ ଚର୍ଚ୍ଚା

ନୂଆଦିଲ୍ଲୀ,୨।୮: ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ନିଜର ନିର୍ବାଚନ ରଣନୀତି ପ୍ରସ୍ତୁତ କରୁଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ ଦଳର ପ୍ରସ୍ତୁତିକୁ ଅନୁଧ୍ୟାନ କରିବା ପାଇଁ ବିଭିନ୍ନ ରାଜ୍ୟରୁ ଦଳର ନେତାଙ୍କ ସହିତ ଅଲଗା ଅଲଗା ବୈଠକ କରୁଛନ୍ତି। ଏହି ପର୍ଯ୍ୟାୟରେ ଆଜି ଉଭୟ ବରିଷ୍ଠ ନେତା ଦିଲ୍ଲୀରେ କର୍ନାଟକ କଂଗ୍ରେସ ନେତାଙ୍କ ସହ ଏକ ବୈଠକ କରିବେ।

ଏହି ବୈଠକରେ କଂଗ୍ରେସର ସାଧାରଣ ସଚିବ ସଂଗଠନ କେସି ଭେଣୁଗୋପାଳ, କର୍ନାଟକର ବ୍ୟାପାର ଦାୟିତ୍ୱରେ ଥିବା କଂଗ୍ରେସ ସାଧାରଣ ସମ୍ପାଦକ ରଣଦୀପ ସିଂ ସୁରଜେୱାଲା, କର୍ନାଟକର ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା, ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ରାଜ୍ୟ ସଭାପତି ଡି.କେ ଶିବକୁମାର ଏବଂ ଅନ୍ୟାନ୍ୟ ବରିଷ୍ଠ ରାଜ୍ୟ ନେତା ଯୋଗଦେବେ।

ଆପଣଙ୍କୁ କହିରଖୁଛୁ ଯେ, ମେ ୧୦ରେ କର୍ନାଟକ ବିଧାନସଭା ନିର୍ବାଚନ ହୋଇଥିଲା। ଏଥିରେ କଂଗ୍ରେସ ବଡ଼ ବିଜୟ ହାସଲ କରିଥିଲା। ୨୨୪ ସଦସ୍ୟ ବିଶିଷ୍ଟ କର୍ନାଟକ ବିଧାନସଭାରେ କଂଗ୍ରେସ ୧୩୫ ଟି ଆସନ ପାଇଥିବା ବେଳେ ଭାଜପା ମାତ୍ର ୬୬ ଟି ସିଟ୍‌ ପାଇଥିଲା। ଆଶା କରାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦି ଅଗଷ୍ଟ ୧୦ପୂର୍ବରୁ ଏନଡିଏ ଗୋଷ୍ଠୀ ସହ ଏକ ବୈଠକ ମଧ୍ୟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?