Posted inଜାତୀୟ

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ ଉତ୍ତରାଧିକାରୀ ଭାବେ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ଦଳ ହାଇକମାଣ୍ଡ ଚାହୁଁଥିବାରୁ ସେ ନେତା ନିର୍ବାଚିତ ହେବା ଆଶା କରାଯାଉଛି। ଶନିବାର ଅପରାହ୍ନରେ ବିଧାନ ସୌଧର ସମ୍ମିଳନୀ କକ୍ଷରେ ବିଦାୟୀ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ବିଧାୟକ ଦଳ ବୈଠକ ବସିବ। ଏନେଇ କଂଗ୍ରେସ ବିଧାୟକ ଦଳ ସମ୍ପାଦକ ଶୁକ୍ରବାର ସର୍କୁଲାର ଜାରି କରିଛନ୍ତି। ସିଦ୍ଦାରାମାୟା ଶିବକୁମାରଙ୍କୁ ତାଙ୍କ ଉତ୍ତରାଧିକାରୀ ଘୋଷଣା କରିସାରିଥିବାରୁ ନେତା ନିର୍ବାଚନ କେବଳ ଏକ ଔପଚାରିକତା ବୋଲି କୁହାଯାଉଛି। ବୈଠକରେ କର୍ନାଟକ କଂଗ୍ରେସ ଦାୟିତ୍ୱରେ ଥିବା ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ ସଂ ସୂର୍ଯଓ୍ବୋଲା, କର୍ନାଟକ ବିଧାନ ପରିଷଦରେ ଦଳର ନେତା ତଥା ମନ୍ତ୍ରୀ ଏନ୍‌.ଏସ୍‌. ବୋଷରାଜୁ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର ଦିନକ ପରେ ସିଦ୍ଦାରାମାୟା ଶୁକ୍ରବାର ଦିଲ୍ଲୀ ଯାଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଛନ୍ତି। ସିଦ୍ଦାରାମାୟାଙ୍କ ସହ ତାଙ୍କ ପୁଅ ୟଥୀନ୍ଦ୍ର ଯାଇଛନ୍ତି। ସୋନିଆ ଗାନ୍ଧୀଙ୍କ ୧୦ ଜନପଥ ବାସଭବନରେ ସିଦ୍ଦାରାମାୟା ଓ ରହୁଲଙ୍କ ମଧ୍ୟରେ ବୈଠକ ବସିଥିଲା। ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପ୍ରତିଶ୍ରୁତି ପାଳନ କରିବା ସହ ରାଜ୍ୟରେ ନେତୃତ୍ୱ ପରିବର୍ତ୍ତନ ପାଇଁ ବାଟ ଛାଡ଼ିଦେଇଥିବା ରାହୁଲଙ୍କୁ କହିଥିବା ଜଣାପଡ଼ିଛି। ନୂଆ ସରକାର ଗଠନ ଓ ଭବିଷ୍ୟତ ଯୋଜନା ସମ୍ପର୍କରେ ସେ ରାହୁଲଙ୍କ ସହ ଆଲୋଚନା କରିଥିବା କୁହାଯାଉଛି। ଦଳ ତାଙ୍କୁ ରାଜ୍ୟ ସଭାକୁ ପଠାଇବା ପାଇଁ ପ୍ରସ୍ତାବ ଦେଇଥିବାବେଳେ ସେ ମନା କରିଥିଲେ। ସେ କେନ୍ଦ୍ରୀୟ ଭୂମିକା ପାଇଁ ରାଜି ନାହାନ୍ତି, କର୍ନାଟକରେ ରହିବାକୁ ଚାହାନ୍ତି ବୋଲି ଜଣାଇଦେଇଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri