Posted inଜାତୀୟ

କର୍ନାଟକ ନିର୍ବାଚନ: କାଉଣ୍ଟିଂ ପାଇଁ ସମସ୍ତ ପ୍ରସ୍ତୁତି ଶେଷ

ବେଙ୍ଗାଲୁରୁ,୧୨।୫: ଶେଷ ହୋଇଛି କର୍ନାଟକ ବିଧାନସଭା ପାଇଁ ଭୋଟ ଗ୍ରହଣ। ଏବେ ସମସ୍ତଙ୍କ ନଜର କେଉଁ ଦଳ ଗଠନ କରିବ ସରକାର। ଆଉ କିଛି ଘଣ୍ଟା ପରେ କାଉଣ୍ଟିଂ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ଜଣାପଡିଛି। ସୁରକ୍ଷା ସହ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ କଡା ନଜର ରଖାଯାଇଛି। ସୂଚନାଯୋଗ୍ୟ, ମେ’ ୧୦ରେ କର୍ନାଟକ ବିଧାନସଭାର ସମସ୍ତ ୨୨୪ ଆସନ ଲାଗି ଭୋଟ ଗ୍ରହଣ ଶେଷ ହୋଇଛି। ରାଜ୍ୟର ଜନତା ଲୋକତନ୍ତ୍ର ଉପରେ ଭରସା ଦେଖାଇ ୭୨.୬୭ ପ୍ରତିଶତ ମତଦାନ କରିଛନ୍ତି। ଏହି ମତଦାନ ହାରକୁ ଦେଖି କର୍ନାଟକର ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ସରକାର ଗଠନ କରିବାକୁ ଚାହିଁ ବସିଥିବା ବେଳେ କଂଗ୍ରେସ ବି ଅଛି ବେଶ ଆଶାବାଦୀ। ଶନିବାରଭୋଟ ଗଣତି ପରେ ଜଣାପଡିବ କିଏ ଗଠନ କରିବେ ସରକାର।
ଗୋାଟିଏ ପଟେ ଏକଜିଟ ପୋଲ କହୁଛି ଏଥର କର୍ନାଟକରେ କଂଗ୍ରେସ ସରକାର ଗଠନ କରିବ। ତାହାପୁଣି ବହୁମତ ସହ। ଏହାକୁ ଦେଖି କଂଗ୍ରେସ କର୍ମୀ ତାଙ୍କ କାର୍ଯ୍ୟାଳୟରେ ଉତ୍ସବ ପାଳନ କରିବାକୁ ପ୍ରସ୍ତୁତ ହୋଇଗଲେଣି। ଏପଟେ ଭୋଟ ପ୍ରତିଶତକୁ ଦେଖି ଭାଜପା ବି ବିଜୟ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri