Posted inଜାତୀୟ

କର୍ନାଟକ ନିର୍ବାଚନ: ତୃତୀୟ ତାଲିକାରେ କଂଗ୍ରେସ ଜାରି କଲା ୪୩ ପ୍ରାର୍ଥୀଙ୍କ ନାମ

ବେଙ୍ଗାଲୁରୁ,୧୫।୪-କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ୪୩ ପ୍ରାର୍ଥୀଙ୍କ ତୃତୀୟ ତାଲିକା କଂଗ୍ରେସ ଜାରି କରିଛି। କିଛିଦିନ ପୂର୍ବରୁ ଭାଜପା ଛାଡ଼ି କଂଗ୍ରେସରେ ଯୋଗଦେଇଥିବା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସାବାଡି ଆଥାନି ଆସନରୁ ଟିକେଟ ପାଇଛନ୍ତି। କୋଥୁର ଜି ମଞ୍ଜୁନାଥଙ୍କୁ କୋଲାର ସିଟ୍‌ ଦିଆଯାଇଛି। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା ଭରୁନ ନିର୍ବାଚନମଣ୍ଡଳୀରୁ ଆଗାମୀ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ।

କର୍ନାଟକ ବିଧାନସଭାରେ ମୋଟ ୨୨୪ଟି ଆସନ ଅଛି। ତୃତୀୟ ତାଲିକା ସହିତ କଂଗ୍ରେସ ବର୍ତ୍ତମାନ ମୋଟ ୨୦୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କର୍ନାଟକ କଂଗ୍ରେସ ସଭାପତି ଡି.କେ ଶିବକୁମାର କନକପୁରା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ପୁଅ ପ୍ରିୟାଙ୍କ ଖାର୍ଗେ କାଲାବୁରାଗୀ ଅଞ୍ଚଳର ଚିତାପୁର ଆସନରୁ ଲଢ଼ିବେ। କଂଗ୍ରେସର ପୂର୍ବତନ ଏମ୍‌ପି ଏଚ୍‌. ମୁନିୟାପ୍ପାଙ୍କୁ ଦେବନହଲ୍ଲୀ ଆସନ ଲାଗି ଟିକେଟ ଦିଆଯାଇଛି।
ମେ’ ୧୦ରେ କର୍ନାଟକ ବିଧାନସଭା ନିର୍ବାଚନ ହେବ। ସେହିମାସ ୧୩ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri