Posted inଜାତୀୟ

କର୍ନାଟକରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ କରିବାବୁ ଦାବି କଲା କଂଗ୍ରେସ

ବେଙ୍ଗାଲୁରୁ,୧୮।୫: କର୍ନାଟକରେ କଂଗ୍ରେସ ବିଧାୟକ ଜି ପରମେଶ୍ୱର ଗୁରୁବାର ଦଳର ପ୍ରତିନିଧି ଭାବେ ରାଜଭବନ ଯାଇ ରାଜ୍ୟପାଳ ଥାଭାରଚନ୍ଦ ଗହଲୋଟଙ୍କୁ ସାକ୍ଷାତ୍‌ କରିଛନ୍ତି। ବିଧାନସଭା ନିର୍ବାଚନରେ ବହୁମତ ପାଇବା ପରେ କଂଗ୍ରେସ ପକ୍ଷରୁ ସରକାର ଗଠନ କରିବାକୁ ଦାବି କରିଛନ୍ତି ପରମେଶ୍ୱର। କଂଗ୍ରେସ ଗୁରୁବାର ରଜ୍ୟର ପରବର୍ତ୍ତି ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଥିଲା।

କଂଗ୍ରେସ ଘୋଷଣା କରିଛି ଯେ ସିଦ୍ଦାରାମାୟା କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ହେବେ ଏବଂ ରାଜ୍ୟ ଦଳୀୟ ସଭାପତି ଡି.କେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ସିଦ୍ଦାରାମାୟା ଏବଂ ଡି.କେ ଶିବକୁମାର ଦିଲ୍ଲୀରୁ ବେଙ୍ଗାଲୁରୁ ଅଭିମୁଖେ ଯାତ୍ରା କରିଛନ୍ତି। କଂଗ୍ରେସର କର୍ନାଟକ ଦାୟିତ୍ୱରେ ଥିବା ରଣଦୀପ ସିଂ ସୁରଜେୱାଲା କହିଛନ୍ତି ଯେ ଏହି ଶପଥ ଗ୍ରହଣ ମେ‘୨୦ରେ ବେଙ୍ଗାଲୁରୁରେ ହେବ।

ଶପଥ ଗ୍ରହଣ ସମାରୋହରେ ସମାନ ଦଳର ନେତାମାନଙ୍କୁ ନିମନ୍ତ୍ରଣ କରାଯାଇଥିବା ସୂଚନା ଦେଇ କେସି ଭେନୁଗୋପାଳ କହିଛନ୍ତି ଯେ ସିଦ୍ଦାରାମାୟା ଏବଂ ଶିବକୁମାରଙ୍କ ସହ ଆହୁରି ଅନେକ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ। ସିଦ୍ଦାରାମାୟା ଏବଂ ଶିବକୁମାରଙ୍କୁ କର୍ନାଟକରେ କଂଗ୍ରେସ ପାଇଁ ବଡ ‘ସମ୍ପତ୍ତି’ ବୋଲି କହି ସେ କହିଛନ୍ତି ଯେ ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟରେ ଏହି ଯୋଡି ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?