Posted inଜାତୀୟ

ଆର୍‌ଏସ୍‌ଏସକୁ ନେଇ କର୍ନାଟକ ସରକାରଙ୍କ ବଡ଼ ନିଷ୍ପତ୍ତି

ବେଙ୍ଗାଲୁରୁ,୧୬ା୧୦: କର୍ନାଟକରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ବିଭିନ୍ନ କାର୍ଯ୍ୟକୁ ରୋକିବା ପାଇଁ ରାଜ୍ୟ କ୍ୟାବିନେଟ୍‌ ଗୁରୁବାର ନିଷ୍ପତ୍ତି ନେଇଛି। ଉକ୍ତ ନିଷ୍ପତ୍ତି ଅନୁଯାୟୀ ଆର୍‌ଏସ୍‌ଏସ୍‌ କାର୍ଯ୍ୟକର୍ତ୍ତାମାନେ ରାସ୍ତାରେ ଶୋଭାଯାତ୍ରା ଏବଂ ସର୍ବସାଧାରଣ ସ୍ଥାନରେ ତଥା ସରକାରୀ ଅନୁଷ୍ଠାନଗୁଡ଼ିକରେ କାର୍ଯ୍ୟକ୍ରମ କରିପାରିବେ ନାହିଁ।

ଆର୍‌ଏସ୍‌ଏସ୍‌ ଏବଂ ଏହାର ସ୍ବୀକୃତିପ୍ରାପ୍ତ ସଂଗଠନଗୁଡ଼ିକ ଉପରେ ନିଷେଧାଦେଶ ଲଗାଇବା ପାଇଁ ସୂଚନା ପ୍ରଯୁକ୍ତି ଓ ବାୟୋଟେକ୍‌ନୋଲୋଜି ମନ୍ତ୍ରୀ ପ୍ରିୟଙ୍କ ଖାର୍ଗେ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କୁ ପତ୍ର ଲେଖିଥିଲେ।

୨୦୨୩ରେ ତତ୍କାଳୀନ ଭାଜପା ସରକାରଙ୍କ ପକ୍ଷରୁ ସର୍କୁଲାର ଜାରି କରାଯାଇଥିଲା, ଯେଉଁଥିରେ ସ୍କୁଲ୍‌ ପରିସର ଏବଂ ଏହା ସହ ସମ୍ପୃକ୍ତ ଖେଳପଡ଼ିଆକୁ ଅନ୍ୟ କାର୍ଯ୍ୟ ପାଇଁ ବ୍ୟବହାର ଉପରେ କଟକଣା ଲାଗିଥିଲା। ବର୍ତ୍ତମାନର କଂଗ୍ରେସ ସରକାର ଭାଜପା ସମାଲୋଚନାର ଜବାବ ଦେବାକୁ ଉକ୍ତ ସର୍କୁଲାରର ଅବତାରଣା କରିଛି।

ଖାର୍ଗେ କହିଛନ୍ତି, ଆମେ କୌଣସି ସଂଗଠନକୁ ନିୟନ୍ତ୍ରଣ କରିପାରିବୁ ନାହିଁ, କିନ୍ତୁ ଏବେଠାରୁ ସେମାନେ ସର୍ବସାଧାରଣ ସ୍ଥାନ ଓ ରାସ୍ତାରେ ଯାହା ଚାହିଁବେ କରିପାରିବେ ନାହିଁ। ଏଥିପାଇଁ ସେମାନଙ୍କୁ ସରକାରଙ୍କ ଅନୁମତି ନେବାକୁ ହେବ। ଏଭଳି କାର୍ଯ୍ୟ ପାଇଁ ଅନୁମତି ଦିଆଯିବ କି ନାହିଁ ତାହା ସରକାରଙ୍କ ଉପରେ ନିର୍ଭର କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri