Posted inଜାତୀୟ

ଆର୍‌ଏସ୍‌ଏସକୁ ନେଇ କର୍ନାଟକ ସରକାରଙ୍କ ବଡ଼ ନିଷ୍ପତ୍ତି

ବେଙ୍ଗାଲୁରୁ,୧୬ା୧୦: କର୍ନାଟକରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର ବିଭିନ୍ନ କାର୍ଯ୍ୟକୁ ରୋକିବା ପାଇଁ ରାଜ୍ୟ କ୍ୟାବିନେଟ୍‌ ଗୁରୁବାର ନିଷ୍ପତ୍ତି ନେଇଛି। ଉକ୍ତ ନିଷ୍ପତ୍ତି ଅନୁଯାୟୀ ଆର୍‌ଏସ୍‌ଏସ୍‌ କାର୍ଯ୍ୟକର୍ତ୍ତାମାନେ ରାସ୍ତାରେ ଶୋଭାଯାତ୍ରା ଏବଂ ସର୍ବସାଧାରଣ ସ୍ଥାନରେ ତଥା ସରକାରୀ ଅନୁଷ୍ଠାନଗୁଡ଼ିକରେ କାର୍ଯ୍ୟକ୍ରମ କରିପାରିବେ ନାହିଁ।

ଆର୍‌ଏସ୍‌ଏସ୍‌ ଏବଂ ଏହାର ସ୍ବୀକୃତିପ୍ରାପ୍ତ ସଂଗଠନଗୁଡ଼ିକ ଉପରେ ନିଷେଧାଦେଶ ଲଗାଇବା ପାଇଁ ସୂଚନା ପ୍ରଯୁକ୍ତି ଓ ବାୟୋଟେକ୍‌ନୋଲୋଜି ମନ୍ତ୍ରୀ ପ୍ରିୟଙ୍କ ଖାର୍ଗେ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କୁ ପତ୍ର ଲେଖିଥିଲେ।

୨୦୨୩ରେ ତତ୍କାଳୀନ ଭାଜପା ସରକାରଙ୍କ ପକ୍ଷରୁ ସର୍କୁଲାର ଜାରି କରାଯାଇଥିଲା, ଯେଉଁଥିରେ ସ୍କୁଲ୍‌ ପରିସର ଏବଂ ଏହା ସହ ସମ୍ପୃକ୍ତ ଖେଳପଡ଼ିଆକୁ ଅନ୍ୟ କାର୍ଯ୍ୟ ପାଇଁ ବ୍ୟବହାର ଉପରେ କଟକଣା ଲାଗିଥିଲା। ବର୍ତ୍ତମାନର କଂଗ୍ରେସ ସରକାର ଭାଜପା ସମାଲୋଚନାର ଜବାବ ଦେବାକୁ ଉକ୍ତ ସର୍କୁଲାରର ଅବତାରଣା କରିଛି।

ଖାର୍ଗେ କହିଛନ୍ତି, ଆମେ କୌଣସି ସଂଗଠନକୁ ନିୟନ୍ତ୍ରଣ କରିପାରିବୁ ନାହିଁ, କିନ୍ତୁ ଏବେଠାରୁ ସେମାନେ ସର୍ବସାଧାରଣ ସ୍ଥାନ ଓ ରାସ୍ତାରେ ଯାହା ଚାହିଁବେ କରିପାରିବେ ନାହିଁ। ଏଥିପାଇଁ ସେମାନଙ୍କୁ ସରକାରଙ୍କ ଅନୁମତି ନେବାକୁ ହେବ। ଏଭଳି କାର୍ଯ୍ୟ ପାଇଁ ଅନୁମତି ଦିଆଯିବ କି ନାହିଁ ତାହା ସରକାରଙ୍କ ଉପରେ ନିର୍ଭର କରିବ।


Enter your email to get our daily news in your inbox.

All Right Reserved By Dharitri.Com

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri