Posted inଜାତୀୟ

ସିଦ୍ଦାରାମାୟା-ଶିବକୁମାରଙ୍କ ବିରୋଧରେ ଥିବା ୯ଟି ମାମଲା ପ୍ରତ୍ୟାହାର କଲେ ସରକାର

ଉଭୟ ନେତାଙ୍କ ବିରୋଧରେ ପଞ୍ଜୀକୃତ କୋଭିଡ ୧୯ ନିୟମ ଉଲ୍ଲଂଘନ ମାମଲାକୁ ରାଜ୍ୟ ସରକାର ପ୍ରତ୍ୟାହାର କରି ନେଇଛନ୍ତି। ସୂଚନାଯୋଗ୍ୟ, ୨୦୨୨ରେ କର୍ନାଟକ ମହାମାରୀ ରୋଗ ଅଧିନିୟମ ଅନୁଯାୟୀ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଏବଂ ଉପ ମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ଏବଂ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। କରୋନା ପ୍ରତିବନ୍ଧକ ଉଲ୍ଲଂଘନକୁ ନେଇ ଏହି ମାମଲା ରୁଜୁ ହୋଇଥିଲା।
ଆଇନ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଏଚ କେ ପାଟିଲ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରାଜ୍ୟର ବିଭିନ୍ନ ପୋଲିସ ଷ୍ଟେଶନରେ ପଞ୍ଜୀକୃତ ୯ଟି ଆପରାଧିକ ମାମଲା ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ମେକେଡାଟୁ ଆନ୍ଦୋଳନ, କରୋନା ନିୟମ ଏବଂ ଧାରା ୧୪୪ ଉଲ୍ଲଂଘନ ଏବଂ ଅନ୍ୟାନ୍ୟ ସମ୍ପର୍କିତ ରହିଛି। ସେ କହିଛନ୍ତି ଯେ କଂଗ୍ରେସ ବିଧାୟକ ଅଶୋକ ପଟ୍ଟନଙ୍କ ଆବେଦନ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି, ଯେକି ବିଧାନସଭାରେ ସରକାରଙ୍କ ମୁଖ୍ୟ ସଚେତକ ରହିଛନ୍ତି।
ସୂଚନାଯୋଗ୍ୟ, ଯେ ଜାନୁୟାରୀ ୨୦୨୨ରେ ସିଦ୍ଦାରାମାୟା ଏବଂ ଡି.କେ ଶିବକୁମାରଙ୍କ ସମେତ ବହୁ କଂଗ୍ରେସ ନେତା ମେକେଡାଟୁ ଡ୍ୟାମ ପ୍ରକଳ୍ପ କାର୍ଯ୍ୟକାରୀ କରିବାକୁ ଦାବି କରି ଏକ ପଦଯାତ୍ରା ଆୟୋଜନ କରିଥିଲେ। ସେତେବେଳେ କରୋନା ମହାମାରୀ ଯୋଗୁଁ ସମଗ୍ର ଦେଶରେ ପ୍ରତିବନ୍ଧକ ଲାଗୁ ହୋଇଥିଲା, ଯେଉଁଥିପାଇଁ କର୍ନାଟକ ମହାମାରୀ ରୋଗ ଅଧିନିୟମ ଅନୁଯାୟୀ କଂଗ୍ରେସ ନେତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।
କଂଗ୍ରେସ ନେତାଙ୍କ ବିରୋଧରେ ରାମନଗର ନିବାସୀ ବିଜୟ କୁମାର ତହସିଲଦାର ନାମକ ଜଣେ ବ୍ୟକ୍ତି ଅଭିଯୋଗ କରିଥିଲେ। ଏହା ବିରୋଧରେ ୧୩ ଜଣ ଆବେଦନକାରୀ ହାଇକୋର୍ଟ ଯାଇଥିଲେ ଏବଂ କଂଗ୍ରେସ ନେତାଙ୍କ ବିରୋଧରେ ହୋଇଥିବା ମାମଲାକୁ ଖାରଜ କରିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri