Posted inଜାତୀୟ

ବିଚାରପତିଙ୍କୁ ହତ୍ୟା ଧମକ ଦେଇଥିବା ଅଭିିଯୁକ୍ତ ଗିରଫ

ବେଙ୍ଗାଲୁରୁ,୨୩।୩: କର୍ନାଟକ ହିଜାବ ବିବାଦରେ ରାୟ ଶୁଣାଇଥିବା ହାଇକୋର୍ଟ ବିଚାରପତିଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କର୍ନାଟକ ପୋଲିସ ଉକ୍ତ ଅଭିଯୁକ୍ତଙ୍କୁ ତାମିଲନାଡୁରୁ ଗିରଫ କରିଛି। ଏନେଇ ମଙ୍ଗଳବାର ରାଜ୍ୟର ଗୃହ ମନ୍ତ୍ରୀ ଅରାଗା ଜ୍ଞାନେନ୍ଦ୍ର ସୂଚନା ଦେଇଛନ୍ତି। ଉକ୍ତ ଅଭିଯୁକ୍ତଙ୍କୁ ବୁଧବାର କର୍ନାଟକ ପୋଲିସ ଏକ ୱାରେଣ୍ଟ ଜାରି କରିବା ପରେ ତାମିଲନାଡୁରୁ ରାଜ୍ୟକୁ ଅଣାଯିବ। ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ରହମାଥୁଲ୍ଲା ତାଙ୍କୁ ମଦୁରାଇରୁ ଗିରଫ କରାଯାଇଛି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, କର୍ନାଟକରେ ହିଜାବ ବିବାଦରେ ୩ଜଣ ବିଚାରପତି ରାୟ ଶୁଣାଇବା ପରେ ରହମାଥୁଲ୍ଲା ଏକ ଭିଡିଓ ଜାରି କରି ହତ୍ୟା ପାଇଁ ସେମାନଙ୍କୁ ଧମକ ଦେଇଥିଲେ। ତେବେ ଧମକ ମିଳିବା ପରେ ଏହି ବିଚାରପତିମାନଙ୍କୁ କର୍ନାଟକ ପ୍ରଶାସନ ସୁରକ୍ଷା ଯୋଗାଇ ଦେଇଥିଲେ। ଏହି ୩ଜଣ ବିଚାରପତିଙ୍କୁ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ ଓ୍ବାଇ ବର୍ଗର ସୁରକ୍ଷା ପ୍ରଦାନ କରିଥିଲେ। ଏଥିସହ ବିଧାନସଭା ପୋଲିସ ଷ୍ଟେସନରେ ଦାଖଲ ହୋଇଥିବା ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଡିଜି ଓ ଆଇଜିଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri