Posted inଜାତୀୟ

କର୍ନାଟକରେ ସୋମବାରଠୁ ଖୋଲିବ ସ୍କୁଲ

ବେଙ୍ଗାଲୁରୁ,୧୦।୨: କର୍ନାଟକରେ ହିଜାବ ପିନ୍ଧିବାକୁ ନେଇ ସ୍କୁଲ, କଲେଜ ବନ୍ଦ କରାଯାଇଥିଲା। ଗୁରୁବାର ରାଜ୍ୟ ସରକାର ନବମ ଓ ଦଶମ ଶ୍ରେଣୀ ପାଇଁ ସୋମବାରଠାରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ସ୍କୁଲ ଖୋଲିବା ନେଇ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ। ବିଶ୍ୱବିଦ୍ୟାଳୟ ଓ ହାଇୟର ଏଜୁକେଶନ କଲେଜ ଖୋଲିବା ଉପରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ରାଜ୍ୟରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ କ୍ଲାସ ଚାଲୁଥିଲା।

ଛାତ୍ରୀଛାତ୍ରଙ୍କ ଦୁଇ ଗୋଷ୍ଠୀ ହିଜାବ ଏବଂ ସାର୍ଫନ ସ୍କାର୍ଫ ପିନ୍ଧି କଲେଜ ଯିବା ପରେ କୌଣସି ଦୁର୍ଘଟଣାର ସମ୍ଭାବନାକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ବାସଭରାଜ ଏସ୍‌ ବୋମାଇ ସମସ୍ତ ହାଇସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ।

ଏବେ ସଂସଦରେ ପହଞ୍ଚିଥିବା ହିଜାବ ଆନ୍ଦୋଳନ ଉଡୁପି ଜିଲାର ସରକାରୀ ମହିଳା ପିୟୁ କଲେଜରେ କିଛି ଛାତ୍ରୀଙ୍କୁ ମୁଣ୍ଡ ଘୋଡ଼ାଇବା ସ୍କାର୍ଫ ବ୍ୟବହାର କରିବାକୁ ବାରଣ କରାଯିବାରୁ ଆରମ୍ଭ ହୋଇଥିଲା। ଉଡୁପି ଓ ଚିକ୍କାମାଗାଲୁରୁର ଦକ୍ଷିଣପନ୍ଥୀ ଗୋଷ୍ଠୀ କ୍ଲାସରୁମ୍‌ରେ ମୁସଲିମ ଛାତ୍ରୀଙ୍କ ହିଜାବ ପିନ୍ଧିବାକୁ ବିରୋଧ କରିଥିଲେ।

ହିଜାବ କଟକଣା ବିରୋଧରେ କର୍ନାଟକ ହାଇକୋର୍ଟରେ ଦାଖାଲ କରାଯାଇଥିବା ଆବେଦନର ଶୁଣାଣି ଚାଲିଛି। ଏ ମାମଲାର ପରବର୍ତ୍ତୀ ଶୁଣାଣି ସୋମବାର ହେବ। ସେ ପର୍ଯ୍ୟନ୍ତ ଛାତ୍ରୀଛାତ୍ରୀ ଓ ଜନସାଧାରଣଙ୍କୁ ଶାନ୍ତି ବଜାୟ ରଖିବାକୁ କହିଛନ୍ତି ହାଇକୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri